ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

Madhusudan Das Picture
Published On

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲପାଳ । ପାଗ ଖରାପ ଥିବାରୁ ଏବଂ ଲଗାତାର ବର୍ଷା ହେଉଥିବାରୁ ଜିଲ୍ଲାର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ଜୁଲାଇ ୨ ଏବଂ ଜୁଲାଇ ୩ ତାରିଖ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା ୩୦(୨)(ଭି) ଅନୁଯାୟୀ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ପିଲାମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇ ଶିକ୍ଷାଦାନ ବନ୍ଦ ରଖିବାକୁ କୁହାଯାଇଛି। ଏହି ଆଦେଶକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ସ୍କୁଲ ବନ୍ଦ ରହିଲେ ମଧ୍ୟ ସାଧାରଣ କ୍ଲାସ୍ ଗୁଡ଼ିକ ବ୍ୟତୀତ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ନିଜ ସମୟସୂଚୀ ଅନୁଯାୟୀ ଚାଲୁ ରହିବ। ପାଣିପାଗ ପରିସ୍ଥିତି କାରଣରୁ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଜିଲ୍ଲାପାଳ ସ୍ପଷ୍ଟ କରିଛନ୍ତି। ପ୍ରତିକୂଳ ପାଣିପାଗ ସମୟରେ ଛାତ୍ରଛାତ୍ରୀମାନଙ୍କ ନିରାପତ୍ତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଆଗାମୀ ସୂଚନା ପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ରହିବାକୁ ଅଭିଭାବକ ଏବଂ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର