ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସମ୍ଭାବନା ।  ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା […]

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସମ୍ଭାବନା ।  ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର