ପ୍ରକାଶ ପାଇଲା CBSE ଦଶମ ବୋର୍ଡ ରେଜଲ୍ଟ, results.cbse.nic.inରେ ରେଜଲ୍ଟ ଉପଲବ୍ଧ

Madhusudan Das Picture
Published On

ନୂଆଦିଲ୍ଲୀ: ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ । results.cbse.nic.inରେ ରେଜଲ୍ଟ ଉପଲବ୍ଧ । ଡିଜିଲକର ଓ ଉମଙ୍ଗ ଆପ୍‌ରେ ମଧ୍ୟ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ବୋର୍ଡ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ୨୩.୧୬ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତ ବର୍ଷ ପାସ୍ ହାର ୯୩.୭୦% ରହିଛି। ଯାହା ଗତ ବର୍ଷର ପାସ୍ ହାରଠାରୁ ସାମାନ୍ୟ ଅଧିକ। 

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ରିପୋର୍ଟ ଅନୁସାରେ, ଚଳିତ ଥର ଦଶମ ପରୀକ୍ଷା ପାଇଁ ୨୪, ୮୩,୪୭୯ ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିଲେ ଏବଂ ସେଥିମଧ୍ୟରୁ ୨୪, ୭୧, ୭୭୭ ଜଣ ପରୀକ୍ଷା ଦେଇଥିଲେ। ଏଥିରୁ ଓଡ଼ିଶାରୁ ଅଛନ୍ତି ପ୍ରାୟ ୧ ଲକ୍ଷ ପରୀକ୍ଷାର୍ଥୀ । ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃଆରୀ ୧୭ ରୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ବିଗତ ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାର ନିମ୍ନତାର ସବୁ ସୀମା ଟପିଗଲା: ସୁଜାତା ରାଉତ କାର୍ତ୍ତିକେୟନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର