ଆଜି ଦଶମୀରେ ସମ୍ପନ୍ନ ହେବ ଚକା ବିଜେ ନୀତି, ରାଜବୈଦ୍ୟଙ୍କ ଘରୁ ବିଜେ ହେବ ଦଶମୂଳ ମହୌଷଧୀ

The Sakala Picture
Published On

ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ […]

ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ ଔଷଧ ପ୍ରସ୍ତୁତ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଏହାପରେ ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ ବିଜେ, ଦ୍ବାଦଶୀରେ ରାଜପ୍ରସାଦ ବିଜେ, ଖଳିଲାଗି ଓ ଘଣା ଲାଗି ନୀତି ସମ୍ପନ୍ନ ହେବ । ପରେ ମହାପ୍ରଭୁ ସୁସ୍ଥ ହୋଇ ନବଯୌବନ ବେଶରେ ଦର୍ଶନ ଦେଇ ରଥାରୂଢ଼ ହେବେ । ଗୁପ୍ତସେବା ସମୟରେ ମହାପ୍ରଭୁଙ୍କୁ ଅନ୍ନଭୋଗ ବଦଳରେ ଲାଗି ହେଉଛି ଚକଟା ଓ ପଣା ଭୋଗ । କ୍ଷୀର, ଛେନା, ସର, ଖୁଆରେ ବିଭିନ୍ନ ଫଳମୂଳ ମିଶାଇ ଚକଟା ଭୋଗ ପ୍ରସ୍ତୁତ ହେଉଛି । ପ୍ରସାଦକୁ ଦଇତାପତି ସେବାୟତ ସେବନ କରିବା ପରେ ବଳକା ଚକଟାରେ ସର୍ବସାଧାରଣଙ୍କ ପାଇଁ ପ୍ରସ୍ତୁତ ହେଉଛି ଅଣସର ପଣା ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର