ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ କରୋନା ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୩୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା […]

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୩୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

About The Author: The Sakala