ପୁରୀ: ରାତି ପାହିଲେ ରଥଯାତ୍ରା। ରବିବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ପ୍ରାୟ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଅନ୍ୟପକ୍ଷରେ ବିଧି ମୁତାବକ ଆଜି ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ନୀତି। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ବାରକୁ ଯିବ ୩ ରଥ । ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ଏହାପରେ ରଥଖଳାରୁ ତିନିରଥଙ୍କୁ ପୁଲିସ ଟାଣି ନେଇ ସିଂହଦ୍ୱାରରେ ଲଗାଇବେ।
ତିନି ରଥରେ ବିଜେ ହେଲା ମହାପ୍ରଭୁଙ୍କ ଆଜ୍ଞାମାଳ
ପୁରୀ: ରାତି ପାହିଲେ ରଥଯାତ୍ରା। ରବିବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ପ୍ରାୟ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଅନ୍ୟପକ୍ଷରେ ବିଧି ମୁତାବକ ଆଜି ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ନୀତି। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ବାରକୁ ଯିବ ୩ ରଥ । ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ […]