ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ବର : ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାଅନୁଷ୍ଠାନ ବନ୍ଦ ରହିବ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିବା ବେଳେ କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ସେହିପରି ଆସନ୍ତାକାଲିର ଭାରତ […]
ଭୁବନେଶ୍ବର : ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାଅନୁଷ୍ଠାନ ବନ୍ଦ ରହିବ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିବା ବେଳେ କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି।

ସେହିପରି ଆସନ୍ତାକାଲିର ଭାରତ ବନ୍ଦ ଡାକରାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ଲୋକସେବା ଭବନ ଓ ଖାରବେଳ ଭବନ ସୁରକ୍ଷା ନେଇ ଚିଠି ହୋଇଛି। ସବୁ ବିଭାଗୀୟ ସଚିବଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ସଚିବ ଚିଠି ଲେଖିଛନ୍ତି। ଆସନ୍ତାକାଲି କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ୍ରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନ ଗେଟ୍ ଦିନ ୧୦ଟା ୧୫ରେ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
In view of Bharat Bund, University and Colleges of HE Department, Odisha shall remain closed on 26.03.2021.
— ଉଚ୍ଚଶିକ୍ଷା ବିଭାଗ, ଓଡିଶା ସରକାର 🇮🇳 (@DHE_Odisha) March 25, 2021