ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୧୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୨୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ ଜିଲ୍ଲାରୁ ୧ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ , ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ , ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ୩ ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନାଗିରି ଜିଲ୍ଲାରୁ ୨ , ମୟୁରଭଞ୍ଜ ଜିଲ୍ଲାରୁ ୩୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡା ଜିଲ୍ଲାରୁ ଜଣ ,ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ରୁ ୫୭ଜଣ ରହିଛନ୍ତି।