୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଯୋଜନା ପାଇଁ ଆବେଦନ, ଜାଣନ୍ତୁ କେମିତି ପୂରଣ କରିବେ ‘ସୁଭଦ୍ରା’ ଫର୍ମ...

Deviprasad Mohanty Picture
Published On

ଭୁବନେଶ୍ବର: କାଲିଠୁ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ।। ୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ। ସୁଭଦ୍ରା ପୋର୍ଟାଲରେ ଅନଲାଇନ୍ ଆବେଦନ କରିପାରିବେ।ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ। ୨୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ। ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଂଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

କେମିତି ପୂରଣ କରିବେ ‘ସୁଭଦ୍ରା’ ଫର୍ମ?

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

  • ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ।
  • ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିବେ
  • ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ଜନ୍ମ ତାରିଖ ଲେଖିବେ
  • ପରେ ଜାତି ସଂପର୍କରେ ଥିବା ବକ୍ସରେ ଟିକ୍‌ ମାରିବାକୁ ହେବ
  • ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ ହୋଇଥିବା ନମ୍ବର ଦେବାକୁ ହେବ
  • ବିକଳ୍ପ ଭାବେ ଆପଣ ଅନ୍ୟ ନମ୍ବର ମଧ୍ୟ ଦେଇପାରିବେ
  • ତା’ପରେ ଠିକଣା ଲେଖି, ଆଧାର ଲିଙ୍କ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ହେବ
  • ପର ପୃଷ୍ଠାରେ ଥବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ
  • ଫର୍ମ ଫିଲଅପ୍ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସବୁକ୍‌ ଓ ରାସନ କାର୍ଡର ଫଟୋକପି ଦେଇ ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ
  • ଆବେଦନ କରିବା ପରେ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ

ୱେବ୍‌ ପୋର୍ଟଲ www.subhadra.odisha.gov.in ରେ ସମସ୍ତ ତଥ୍ୟ ଉପଲବ୍ଧ ରହିବ। ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ୱାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି । ସୁଭଦ୍ରା ଯୋଜନା ସମ୍ୱନ୍ଧୀୟ କୌଣସି ନୂଆ ଘୋଷଣା ମଧ୍ୟ ମହିଳାମାନେ ଏହି ୱେବ ପୋର୍ଟାଲରେ ପାଇପାରିବେ ଅନ୍ୟ କିଛି ଜାଣିବାକୁ ହେଲେ ମହିଳମାନେ ଟୋଲ ଫ୍ରୀ ନମ୍ୱର -୧୪୬୭୮ ରେ କଲ କରିପାରିବେ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର