ରାଜ୍ୟପାଳଙ୍କ ପରେ କୋଭିଡ ପଜିଟିଭ୍‌ ହେଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ଭିସି ମାଧ୍ୟମରେ କ୍ୟାବିନେଟ୍‌ ବୈଠକରେ ଯୋଗଦେବେ

The Sakala Picture
Published On

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ହାଇଡ୍ରାମା ଭିତରେ ଗୋଟିଏ ପରେ ଗୋଟିଏ ରୋଚକ ଖବର ସାମ୍ନାକୁ ଆସିବାରେ ଲାଗିଛି। ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶୟାରି କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ବୁଧବାର ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏଚଏନ୍ ରିଲାଏନ୍ସ ହସପିଟାଲରେ ଭର୍ତ୍ତି କରାଯାଇଛି। ଆଉ ରାଜ୍ୟପାଳଙ୍କ ପରେ ଏବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସୂଚନା କଂଗ୍ରେସ ନେତା କମଲନାଥ ସ୍ପଷ୍ଟ କରିଛନ୍ତି । କୋଭିଡ ପଜିଟିଭ୍ […]

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ହାଇଡ୍ରାମା ଭିତରେ ଗୋଟିଏ ପରେ ଗୋଟିଏ ରୋଚକ ଖବର ସାମ୍ନାକୁ ଆସିବାରେ ଲାଗିଛି। ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶୟାରି କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ବୁଧବାର ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏଚଏନ୍ ରିଲାଏନ୍ସ ହସପିଟାଲରେ ଭର୍ତ୍ତି କରାଯାଇଛି। ଆଉ ରାଜ୍ୟପାଳଙ୍କ ପରେ ଏବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସୂଚନା କଂଗ୍ରେସ ନେତା କମଲନାଥ ସ୍ପଷ୍ଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

କୋଭିଡ ପଜିଟିଭ୍ ହୋଇଥିବା କାରଣରୁ ଆଜି ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭିଡିଓ କନ୍‌ଫରେନ୍‌ସିଙ୍ଗ ମାଧ୍ୟମରେ ଯୋଗବେବେ ବୋଲି ଜଣାପଡିଛି। କଂଗ୍ରେସ ନେତା କମଲ୍‌ ନାଥ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ରାଜନୈତିକ ସଙ୍କଟ ବୃଦ୍ଧି ପାଉଥିବା ବେଳେ ସେ ତାଙ୍କୁ ଭେଟିବାକୁ ଅସମର୍ଥ ହୋଇଥବା କଥା କହିଛନ୍ତି।ସେ କୋଭିଡ୍‌ ପଜିଟିଭ୍‌ ବାହାରିଛନ୍ତି। ସେଥିପାଇଁ ମୁଁ ତାଙ୍କୁ ଭେଟି ପାରିଲି ନାହିଁ। ମୁଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହିତ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା କରିଛି। ସେ କହିଛନ୍ତି ଯେ, ବର୍ତ୍ତମାନ ମହାରାଷ୍ଟ୍ର ବିଧାନସଭା ଭଙ୍ଗ କରାଯିବାର ପ୍ରସ୍ତାବ ନାହିଁ ବୋଲି କଂଗ୍ରେସ ନେତା କମଲନାଥ ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ଅନ୍ୟପଟେ ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତଙ୍କ ଏକ ଟ୍ୱିଟ ଚର୍ଚ୍ଚାର ବିଷୟ ପାଲଟିଛି । ମହାରାଷ୍ଟ୍ରରେ ଭଙ୍ଗ ହୋଇପାରେ ବିଧାନସଭା । ବିଧାନସଭା ଭଙ୍ଗ ନେଇ ସଙ୍କେତ ଦେଇଛନ୍ତି ସଞ୍ଜୟ ରାଉତ । ଦଳୀୟ ଅନ୍ତକନ୍ଦଳ ଓ ରାଜନୈତିକ ସଙ୍କଟକୁ ନେଇ ସ୍ବୀକାର କରିଛନ୍ତି ଶିବସେନା ନେତା ସଞ୍ଜୟ ରାଉତ । ଦଳ ଭିତରେ ମତଭେଦ ରହିବା ସ୍ବାଭାବିକ, ତେବେ ଏହାର ସମାଧାନ ବାହାର କରାଯିବ ବୋଲି କହିଛନ୍ତି ଶିବସେନା ସାଂସଦ ସଞ୍ଜୟ ରାଉତ ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ସପେଟେ ସରକାରରେ ମନ୍ତ୍ରୀ ଥିବା ଆଦିତ୍ୟ ଠାକରେ ନିକଟରେ ଟ୍ୱିଟରରୁ ମନ୍ତ୍ରୀ ବାଓ ହଟାଇଛନ୍ତି । ଏହାପରେ ସରକାର ଭଙ୍ଗ ହେବା ନେଇ ମଧ୍ୟ ଆଭାସ ମିଳୁଛି । ତେବେ ବର୍ତ୍ତମାନ ଦଳ ବଦଳ ଆଇନ ଅନୁସାରେ ଯଦି ମୋଟ ବିଧାୟକର ମଧ୍ୟରୁ ଦୁଇ-ତୃତୀୟାଂଶ ବିଧାୟକ ଅନ୍ୟ ଦଳରେ ଯୋଗଦିଅନ୍ତି ତେବେ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥାଏ । ଶିବସେନା ପାଖରେ ବର୍ତ୍ତମାନ ବିଧାନସଭାରେ ୫୫ ବିଧାୟକ ରହିଛନ୍ତି । ଏଥିରେ ଯଦି ଦଳବଦଳ ଆଇନରୁ ବର୍ତ୍ତିବାକୁ ବିଦ୍ରୋହୀ ଙ୍କୁ ୩୭ ବିଧାୟକଙ୍କ ଆବଶ୍ୟକତା ରହିଛି । ଯଦି ସେମାନେ ଏହି ସଂଖ୍ୟା ହାସଲ ନକରିପାରିବେ ସେମାନଙ୍କ ବିଧାୟକ ପଦ ରଦ୍ଦ ହେବା ସେପଟେ ଏକନାଥ ସିନ୍ଧେନିଜ ସପକ୍ଷରେ ୪୦ ବିଧାୟକ ରହିଥିବା ଦାବି କରୁଛନ୍ତି । ଯେଉଁମାନଙ୍କୁ ଶିବସେନା ମନାଇବାରେ ବିଫଳ ହୋଇଛି । ଏଭଳି ପରିସ୍ଥିତିରେ ଦଳ ପାଖରେ କୌଣସି ବିକଳ୍ପ ନାହିଁ । ଆଜି ଉଦ୍ଧବ ଠାକରେ ସିଏମ ପଦରୁ ଇସ୍ତଫା ଦେଇ ପାରନ୍ତି । ସେ ଅପରାହ୍ନରେ କ୍ୟାବିନେଟ ବୈଠକ ଡାକିଛନ୍ତି ଏବଂ ଏହା ପରେ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର