‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

The Sakala Picture
Published On

ଭୁବନେଶ୍ବର : ଓଡ଼ିଆ ଟିଭି ଚ୍ୟାନେଲ ‘ବଡ଼ ଖବର’ ସମ୍ପାଦକ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)। ଠକେଇ ଓ ଜାଲିଆତି ଅଭିଯୋଗରେ ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଛି। ନୟାଗଡ଼ ଓଡ଼ଗାଁ ରୁ ତାଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଗିରଫ କରିଥିବା ସୂଚନା ଦେଇଛି। ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଅର୍ଦ୍ଧେନ୍ଦୁଙ୍କୁ ନୋଟିସ୍‌ ଜାରି କରିବା ସହ ହାଜର ହେବା ପାଇଁ ନିର୍ଦ୍ଦେଶ […]

ଭୁବନେଶ୍ବର : ଓଡ଼ିଆ ଟିଭି ଚ୍ୟାନେଲ ‘ବଡ଼ ଖବର’ ସମ୍ପାଦକ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)। ଠକେଇ ଓ ଜାଲିଆତି ଅଭିଯୋଗରେ ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଛି। ନୟାଗଡ଼ ଓଡ଼ଗାଁ ରୁ ତାଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଗିରଫ କରିଥିବା ସୂଚନା ଦେଇଛି। ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଅର୍ଦ୍ଧେନ୍ଦୁଙ୍କୁ ନୋଟିସ୍‌ ଜାରି କରିବା ସହ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଅର୍ଦ୍ଧେନ୍ଦୁ ଦାସ ହାଜର ହୋଇନଥିଲେ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଏହାପରେ ମଙ୍ଗଳବାର ତାଙ୍କ ବାସଭବନ ଉପରେ EOW ଚଢ଼ାଉ କରିଥିଲା। କିନ୍ତୁ ଅର୍ଦ୍ଧେନ୍ଦୁ ଦାସ ଫେରାର ହୋଇଯାଇଥିଲେ । ଏହାପରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ପକ୍ଷରୁ ତାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନାହିଁ। ତାଙ୍କ ନମ୍ବରକୁ କଲ୍‌ ଯାଉନଥିବା EOW ପକ୍ଷରୁ କୁହାଯାଇଛି। ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ସହ ଯୋଗାଯୋଗ ସମ୍ଭବ ନହେବାରୁ ଗତକାଲି ଅପରାହ୍ନରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)ର ଏକ ପାଞ୍ଚ ଜଣିଆ ଟିମ୍‌ ବଡ଼ଗଡ଼ ଟଙ୍କପାଣି ରୋଡ୍‌ ସ୍ଥିତ ‘ବଡ଼ ଖବର’ ଅଫିସରେ ଚଢାଉ କରିଥିଲା। ବଡ଼ ଖବର ଅଫିସରେ ଗତକାଲି 6 ଘଣ୍ଟା ଧରି ଯାଞ୍ଚ କରିଥଲା ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

ବଡ଼ ଖବର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାଶଙ୍କ ନାଁରେ ହୋଇଛି ଠକେଇ ଅଭିଯୋଗ । ଅର୍ଦ୍ଧେନ୍ଦୁ ଦାଶଙ୍କ ନାଁରେ ୯୨ ଲକ୍ଷ ୪୭ ହଜାର ୭୦ ଟଙ୍କାର ଠକେଇ ଅଭିଯୋଗ ହୋଇଛି । ଦିଲ୍ଲୀର ସଲ୍ୟୁସନ୍ ବ୍ରଡକାଷ୍ଟ୍ର ପ୍ରୋପାଇଟର୍ ଗଗନଦୀପ ସିଂହ ଚାଓ୍ୱଲା ଏ ନେଇ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ବା EOWରେ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଆଧାର କରି EOW ଗତ ୨୩ ତାରିଖରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

ଅଭିଯୋଗ ମୁତାବକ, ବଡ଼ଗଡ଼ ଟଙ୍କପାଣିରେ ଏକ ଓଡ଼ିଆ ଟିଭି ଚାନେଲ୍ ପ୍ରତିଷ୍ଠା କରିବା ପାଇଁ ୨୦୨୦ ମସିହାରେ ତାଙ୍କ ସହ ଅର୍ଦ୍ଧେନ୍ଦୁ ଯୋଗାଯୋଗ କରିଥିଲେ । ବୈଦ୍ୟୁତିକ ଯନ୍ତ୍ରାଂଶ ଯୋଗାଇଦେବା ପାଇଁ କୋଟିଏ ୪୭ ହଜାର ୭୦ ଟଙ୍କାର ଚୁକ୍ତି ହୋଇଥିଲା । ଏଥିପାଇଁ ଅଗ୍ରୀମ ବାବଦକୁ ଅର୍ଦ୍ଧେନ୍ଦୁ ତାଙ୍କୁ ୧୦ ଲକ୍ଷ ଟଙ୍କା ମଧ୍ୟ ଦେଇଥିଲେ । ୨୦୨୦ ଅକ୍ଟୋବର ୨୧ ପରଠାରୁ ଗଗନଦୀପଙ୍କ ସଂସ୍ଥା ଭିଏଲ୍ କାର୍ଗୋ ଜରିଆରେ ନିର୍ଦ୍ଧାରିତ ଟଙ୍କାର ବୈଦ୍ୟୁତିକ ଯନ୍ତ୍ରାଂଶ ପଠାଇଥିଲେ । ୬ ମାସ ମଧ୍ୟରେ ବାକି ଥିବା ୯୨ ଲକ୍ଷ ୪୭ ହଜାର ୭୦ ଟଙ୍କା ପୈଠ କରିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଯନ୍ତ୍ରାଂଶ ଲଗାଯିବା ପରେ ଅର୍ଦ୍ଧେନ୍ଦୁ ଆଉ ଟଙ୍କା ଦେଇନଥିଲେ । ୨୦ ମାସ ବିତିବା ପରେ ଗଗନଦୀପ ବାଧ୍ୟ ହୋଇ EOWର ଦ୍ୱାରସ୍ଥ ହୋଇଥିଲେ ।

ଅନ୍ୟପଟେ ବଡ଼ ଖବର ସମ୍ପାଦକ ଅର୍ଦ୍ଧେଦୁ ଦାଶଙ୍କ ନାମରେ ଆଜି ଆଉ ଏକ ଠକେଇ ଅଭିଯୋଗ ହୋଇଛି। ଘର ଭଡ଼ା ବାବଦକୁ ୫ ଲକ୍ଷ ଟଙ୍କା ଦେଇ ନଥିବା ଅଭିଯୋଗ ହୋଇଛି । ଘର ମାଲିକ ବିଶ୍ୱଜିତ ସାହୁ ବଡ଼ଗଡ଼ ଥାନାରେ ଦେଇଛନ୍ତି ଏତଲା । ୬ ମାସର ୫ ଲକ୍ଷ ଟଙ୍କା ଭଡ଼ା ଦେଇ ନଥିବା ଅଭିଯୋଗ ହୋଇଛି । ଏନେଇ ଘର ମାଲିକ ବିଶ୍ୱଜିତ ଟଙ୍କା ମାଗିବାରୁ ଅର୍ଦ୍ଧେନ୍ଦୁ ଦାସ ଗାଳି ଗୁଲଜ କରିବା ସହ ଓ ଧମକ ଦେଇଥିବା ଅଭିଯୋଗ ହୋଇଛି । ଥାନାରେ ଅଭିଯୋଗ ପରେ ମାମଲା ରୁଜୁ କରିଛି ବଡ଼ଗଡ଼ ଥାନା ପୋଲିସ ।

ଦେଇଥିବା ଏତଲାରେ ଭଡ଼ା ଘରକୁ ଠିକସେ ରକ୍ଷଣାବେକ୍ଷଣ ହେଉନଥିବା ଦର୍ଶାଯାଇଛି । ବିନା ଅନୁମତିରେ ଘର କାନ୍ଥ ଖୋଲିବା ସହ ବିଭିନ୍ନ ସ୍ଥାନରେ ପାନ ଛେପ ପକାଯାଉଛି । ଏନେଇ ବାରମ୍ବାର ଜଣାଇଲେ ଥିଲେ ଘର ମାଲିକ । ପ୍ରତି ବଦଳରେ ଅର୍ଦ୍ଧେନ୍ଦୁ ଦାସ ଘର ମାଲିକ ବିଶ୍ୱଜିତଙ୍କୁ ଧମକ ଦେଉଥିବା ଅଭିଯୋଗ ହୋଇଛି । ସେହିପରି ବକେୟା ଟଙ୍କା ସହ ଘର ଛାଡ଼ିବାକୁ ବାରମ୍ବାର ଜଣାଇଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଉଥିବା କହିଛନ୍ତି ଘର ମାଲିକ । ତେଣୁ ଯଥାଶୀଘ୍ର ବାକି ଥିବା ଘର ଭଡ଼ା ପ୍ରଦାନ କରିବାକୁ ଏତଲାରେ ଦର୍ଶାଇଛନ୍ତି ବିଶ୍ୱଜିତ୍ । ପୂର୍ବରୁ ଇଓଡବ୍ଲୁ ଓ କଟକ ପୁରୀଘାଟ ଥାନାରେ ଦୁଇଟି ଠକେଇ ଅଭିଯୋଗ ହୋଇଛି ।

30 Jun 2022 By The Sakala

‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ବର : ଓଡ଼ିଆ ଟିଭି ଚ୍ୟାନେଲ ‘ବଡ଼ ଖବର’ ସମ୍ପାଦକ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)। ଠକେଇ ଓ ଜାଲିଆତି ଅଭିଯୋଗରେ ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଛି। ନୟାଗଡ଼ ଓଡ଼ଗାଁ ରୁ ତାଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଗିରଫ କରିଥିବା ସୂଚନା ଦେଇଛି। ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ଅର୍ଦ୍ଧେନ୍ଦୁଙ୍କୁ ନୋଟିସ୍‌ ଜାରି କରିବା ସହ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଅର୍ଦ୍ଧେନ୍ଦୁ ଦାସ ହାଜର ହୋଇନଥିଲେ।

ଏହାପରେ ମଙ୍ଗଳବାର ତାଙ୍କ ବାସଭବନ ଉପରେ EOW ଚଢ଼ାଉ କରିଥିଲା। କିନ୍ତୁ ଅର୍ଦ୍ଧେନ୍ଦୁ ଦାସ ଫେରାର ହୋଇଯାଇଥିଲେ । ଏହାପରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ପକ୍ଷରୁ ତାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନାହିଁ। ତାଙ୍କ ନମ୍ବରକୁ କଲ୍‌ ଯାଉନଥିବା EOW ପକ୍ଷରୁ କୁହାଯାଇଛି। ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ସହ ଯୋଗାଯୋଗ ସମ୍ଭବ ନହେବାରୁ ଗତକାଲି ଅପରାହ୍ନରେ ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)ର ଏକ ପାଞ୍ଚ ଜଣିଆ ଟିମ୍‌ ବଡ଼ଗଡ଼ ଟଙ୍କପାଣି ରୋଡ୍‌ ସ୍ଥିତ ‘ବଡ଼ ଖବର’ ଅଫିସରେ ଚଢାଉ କରିଥିଲା। ବଡ଼ ଖବର ଅଫିସରେ ଗତକାଲି 6 ଘଣ୍ଟା ଧରି ଯାଞ୍ଚ କରିଥଲା ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)।

ବଡ଼ ଖବର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାଶଙ୍କ ନାଁରେ ହୋଇଛି ଠକେଇ ଅଭିଯୋଗ । ଅର୍ଦ୍ଧେନ୍ଦୁ ଦାଶଙ୍କ ନାଁରେ ୯୨ ଲକ୍ଷ ୪୭ ହଜାର ୭୦ ଟଙ୍କାର ଠକେଇ ଅଭିଯୋଗ ହୋଇଛି । ଦିଲ୍ଲୀର ସଲ୍ୟୁସନ୍ ବ୍ରଡକାଷ୍ଟ୍ର ପ୍ରୋପାଇଟର୍ ଗଗନଦୀପ ସିଂହ ଚାଓ୍ୱଲା ଏ ନେଇ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ବା EOWରେ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଆଧାର କରି EOW ଗତ ୨୩ ତାରିଖରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଅଭିଯୋଗ ମୁତାବକ, ବଡ଼ଗଡ଼ ଟଙ୍କପାଣିରେ ଏକ ଓଡ଼ିଆ ଟିଭି ଚାନେଲ୍ ପ୍ରତିଷ୍ଠା କରିବା ପାଇଁ ୨୦୨୦ ମସିହାରେ ତାଙ୍କ ସହ ଅର୍ଦ୍ଧେନ୍ଦୁ ଯୋଗାଯୋଗ କରିଥିଲେ । ବୈଦ୍ୟୁତିକ ଯନ୍ତ୍ରାଂଶ ଯୋଗାଇଦେବା ପାଇଁ କୋଟିଏ ୪୭ ହଜାର ୭୦ ଟଙ୍କାର ଚୁକ୍ତି ହୋଇଥିଲା । ଏଥିପାଇଁ ଅଗ୍ରୀମ ବାବଦକୁ ଅର୍ଦ୍ଧେନ୍ଦୁ ତାଙ୍କୁ ୧୦ ଲକ୍ଷ ଟଙ୍କା ମଧ୍ୟ ଦେଇଥିଲେ । ୨୦୨୦ ଅକ୍ଟୋବର ୨୧ ପରଠାରୁ ଗଗନଦୀପଙ୍କ ସଂସ୍ଥା ଭିଏଲ୍ କାର୍ଗୋ ଜରିଆରେ ନିର୍ଦ୍ଧାରିତ ଟଙ୍କାର ବୈଦ୍ୟୁତିକ ଯନ୍ତ୍ରାଂଶ ପଠାଇଥିଲେ । ୬ ମାସ ମଧ୍ୟରେ ବାକି ଥିବା ୯୨ ଲକ୍ଷ ୪୭ ହଜାର ୭୦ ଟଙ୍କା ପୈଠ କରିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଯନ୍ତ୍ରାଂଶ ଲଗାଯିବା ପରେ ଅର୍ଦ୍ଧେନ୍ଦୁ ଆଉ ଟଙ୍କା ଦେଇନଥିଲେ । ୨୦ ମାସ ବିତିବା ପରେ ଗଗନଦୀପ ବାଧ୍ୟ ହୋଇ EOWର ଦ୍ୱାରସ୍ଥ ହୋଇଥିଲେ ।

ଅନ୍ୟପଟେ ବଡ଼ ଖବର ସମ୍ପାଦକ ଅର୍ଦ୍ଧେଦୁ ଦାଶଙ୍କ ନାମରେ ଆଜି ଆଉ ଏକ ଠକେଇ ଅଭିଯୋଗ ହୋଇଛି। ଘର ଭଡ଼ା ବାବଦକୁ ୫ ଲକ୍ଷ ଟଙ୍କା ଦେଇ ନଥିବା ଅଭିଯୋଗ ହୋଇଛି । ଘର ମାଲିକ ବିଶ୍ୱଜିତ ସାହୁ ବଡ଼ଗଡ଼ ଥାନାରେ ଦେଇଛନ୍ତି ଏତଲା । ୬ ମାସର ୫ ଲକ୍ଷ ଟଙ୍କା ଭଡ଼ା ଦେଇ ନଥିବା ଅଭିଯୋଗ ହୋଇଛି । ଏନେଇ ଘର ମାଲିକ ବିଶ୍ୱଜିତ ଟଙ୍କା ମାଗିବାରୁ ଅର୍ଦ୍ଧେନ୍ଦୁ ଦାସ ଗାଳି ଗୁଲଜ କରିବା ସହ ଓ ଧମକ ଦେଇଥିବା ଅଭିଯୋଗ ହୋଇଛି । ଥାନାରେ ଅଭିଯୋଗ ପରେ ମାମଲା ରୁଜୁ କରିଛି ବଡ଼ଗଡ଼ ଥାନା ପୋଲିସ ।

ଦେଇଥିବା ଏତଲାରେ ଭଡ଼ା ଘରକୁ ଠିକସେ ରକ୍ଷଣାବେକ୍ଷଣ ହେଉନଥିବା ଦର୍ଶାଯାଇଛି । ବିନା ଅନୁମତିରେ ଘର କାନ୍ଥ ଖୋଲିବା ସହ ବିଭିନ୍ନ ସ୍ଥାନରେ ପାନ ଛେପ ପକାଯାଉଛି । ଏନେଇ ବାରମ୍ବାର ଜଣାଇଲେ ଥିଲେ ଘର ମାଲିକ । ପ୍ରତି ବଦଳରେ ଅର୍ଦ୍ଧେନ୍ଦୁ ଦାସ ଘର ମାଲିକ ବିଶ୍ୱଜିତଙ୍କୁ ଧମକ ଦେଉଥିବା ଅଭିଯୋଗ ହୋଇଛି । ସେହିପରି ବକେୟା ଟଙ୍କା ସହ ଘର ଛାଡ଼ିବାକୁ ବାରମ୍ବାର ଜଣାଇଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଉଥିବା କହିଛନ୍ତି ଘର ମାଲିକ । ତେଣୁ ଯଥାଶୀଘ୍ର ବାକି ଥିବା ଘର ଭଡ଼ା ପ୍ରଦାନ କରିବାକୁ ଏତଲାରେ ଦର୍ଶାଇଛନ୍ତି ବିଶ୍ୱଜିତ୍ । ପୂର୍ବରୁ ଇଓଡବ୍ଲୁ ଓ କଟକ ପୁରୀଘାଟ ଥାନାରେ ଦୁଇଟି ଠକେଇ ଅଭିଯୋଗ ହୋଇଛି ।

https://www.thesakala.in/big-news/eow-arrested-ardhendu-das-editor-of-badakahabara/article-12899
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର