କାଲିଠୁ ଦଶମ ଶ୍ରେଣୀ ସମ୍ମେଟିଭ-୧ ପରୀକ୍ଷା, ଦିନ ୧୦ରୁ ୧୨ଟା ଯାଏଁ ପରୀକ୍ଷା

The Sakala Picture
Published On

କଟକ: ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତଥର ମାଟ୍ରିକ ପରୀକ୍ଷା […]

କଟକ: ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପଶ୍ଚିମ ଓଡ଼ିଶାରେ ଉତ୍ସାହର ସହ ପାଳିତ ହେଉଛି କୃଷି ଭିତ୍ତିକ ଗଣପର୍ବ ‘ନୂଆଁଖାଇ’: ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ଚଳିତଥର ମାଟ୍ରିକ ପରୀକ୍ଷା ପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିଛି । ମାଓ ପ୍ରବଣ ଅଞ୍ଚଳ କନ୍ଧମାଳରେ ୭ଟି, ମାଲକାନଗିରିରେ ୧୦ଟି ଓ କୋରାପୁଟରେ ୫ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି । ଚଳିତ ଥର ୫ ଲକ୍ଷ ୪୦ ହଜାରରୁ ଅଧିକ ପିଲାମାନେ ପରୀକ୍ଷା ଦେବେ l ପରୀକ୍ଷା କେନ୍ଦ୍ର ଭିତରକୁ କେବଳ ପେନ୍ ଓ ଆଡମିଟ କାର୍ଡ ନେଇପାରିବେ ଛାତ୍ରଛାତ୍ରୀ ।

ଆହୁରି ପଢ଼ନ୍ତୁ: ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବିଭ୍ରାଟ: ସେବାୟତଙ୍କ ବିବାଦ ଯୋଗୁଁ ଅଟକିଲା ପହୁଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର