ବିଶ୍ଵ ଧନୀ ତାଲିକାରେ ୭ମ ସ୍ଥାନକୁ ଖସିଲେ ଶିଳ୍ପପତି ଗୌତମ ଆଦାନୀ

The Sakala Picture
Published On

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି । ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର […]

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଥିଲେ । ଫୋର୍ବସ ଡାଟା ଅନୁଯାୟୀ ଜାନୁଆରୀ ୨୦୨୩ ସୁଦ୍ଧା ତାଙ୍କ ମୋଟ ସଂପତ୍ତିର ପରିମାଣରେ ଶତକଡ଼ା ୧୯ ଭାଗ ହ୍ରାସ ପାଇଛି । ଆଦାନୀ ଏବେ ଧନୀ ତାଲିକାର ୭ ନମ୍ବର ସ୍ଥାନକୁ ଖସିବା ପରେ ଧନୀ ତାଲିକାରେ ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ତଳକୁ ଖସି ଆସିଛନ୍ତି । ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି । କଂପାନୀର ସେୟାର ମୂଲ୍ୟ ହ୍ରାସ ପାଇବା ପରେ ଏଭଳି ବିପର୍ଯ୍ୟୟ ଘଟିଥିବା କୁହାଯାଉଛି । ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟରେ ଆଦାନୀ ଗ୍ରୁପର ସେୟାର ପ୍ରାଇସରେ ହେରଫେର, ସେଲ୍ କମ୍ପାନୀରେ କାରବାର, ଆକାଉଣ୍ଟରେ ଅନିୟମିତତା ଭଳି ସାଂଘାତିକ ଅଭିଯୋଗ ରହିଛି ।

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ପୂର୍ବରୁ ବିଶ୍ୱର ଧନୀ ତାଲିକାରେ ଆଦାନୀ ଦ୍ରୁତ ଗତିରେ ଉପରକୁ ଉଠୁଥିଲେ । ଗତବର୍ଷ ସେପ୍ଟେମ୍ବରରେ ସେ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମାନ୍ୟତା ପାଇଥିଲେ।ଏପ୍ରିଲରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ତାଙ୍କର ନେଟ ୱର୍ଥ ୧୦୦ ବିଲିୟନ ଡଲାର ଟପିଥିଲା । ପରେ ସେ ବିଲ୍‌ ଗେଟ୍ସଙ୍କୁ ପଛରେ ପକାଇ ୪ର୍ଥ ସ୍ଥାନରେ ରହିବା ପରେ ଅଗଷ୍ଟରେ ୩ୟ ସ୍ଥାନକୁ ଉଠିଥିଲେ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର