ସରିଲା ପ୍ରତୀକ୍ଷା : ଲୋକସଭାରେ ବଜେଟ୍‌ ଉଦ୍‌ବୋଧନ ଆରମ୍ଭ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

The Sakala Picture
Published On

ନୂଆଦିଲ୍ଲୀ : ସରିଲା ବଜେଟ୍‌ ୨୦୨୩-୨୪ର ପ୍ରତୀକ୍ଷା। ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୧ଟା ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି। ବଜେଟ୍‌ ଉଦ୍‌ବୋଧନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଅମୃତ କାଳର ଏହା ପ୍ରଥମ ବଜେଟ । ଏହି ବଜେଟରେ ମହିଳା, ଚାଷୀ, ପଛୁଆବର୍ଗଙ୍କୁ ଧ୍ୟାନ ଦିଆଯାଇଛି । ଭାରତୀୟ ଅର୍ଥବ୍ୟବସ୍ଥା ଏବେ ସବୁଠୁ ଦ୍ରୁତ ଅଭିବୃଦ୍ଧିର ଅର୍ଥବ୍ୟବସ୍ଥା । କରୋନା ସତ୍ତ୍ବେ ମଧ୍ୟ ସଠିକ ରାସ୍ତାରେ ରହିଛି […]

ନୂଆଦିଲ୍ଲୀ : ସରିଲା ବଜେଟ୍‌ ୨୦୨୩-୨୪ର ପ୍ରତୀକ୍ଷା। ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୧ଟା ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି। ବଜେଟ୍‌ ଉଦ୍‌ବୋଧନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଅମୃତ କାଳର ଏହା ପ୍ରଥମ ବଜେଟ । ଏହି ବଜେଟରେ ମହିଳା, ଚାଷୀ, ପଛୁଆବର୍ଗଙ୍କୁ ଧ୍ୟାନ ଦିଆଯାଇଛି । ଭାରତୀୟ ଅର୍ଥବ୍ୟବସ୍ଥା ଏବେ ସବୁଠୁ ଦ୍ରୁତ ଅଭିବୃଦ୍ଧିର ଅର୍ଥବ୍ୟବସ୍ଥା । କରୋନା ସତ୍ତ୍ବେ ମଧ୍ୟ ସଠିକ ରାସ୍ତାରେ ରହିଛି ଭାରତୀୟ ଅର୍ଥବ୍ୟବସ୍ଥା । ଭାରତ ଚ୍ୟାଲେଞ୍ଜର ସାମ୍ନା କରିଛି, ଅନ୍ୟଙ୍କୁ ସହଯୋଗର ହାତ ବଢାଇଛି । କରୋନା କାଳରେ ୮୦ କୋଟି ଲୋକଙ୍କୁ ମାଗଣାରେ ଚାଉଳ ଯୋଗାଇ ଦିଆଯାଇଛି । ସବକା ପ୍ରୟାସ ମନ୍ତ୍ର ଜରିଆରେ ସମସ୍ତଙ୍କର ଜୀବନରେ ସୁଧାର ଅଣାଯାଇଛି । ଗରିବଙ୍କ ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ବିଶ୍ୱରେ ମାନ୍ଦାବସ୍ଥା ସତ୍ତେ୍ୱ ମଧ୍ୟ ଭାରତର ବିକାଶ ଦର ୭ ପ୍ରତିଶତ ରହିଛି। ପ୍ରତ୍ୟେକ ବ୍ୟକ୍ତିଙ୍କ ଆୟ ଦୁଇଗୁଣା ବଢିଛି । ଏବେ ପ୍ରତି ବ୍ୟକ୍ତିଙ୍କ ଆୟ ୧.୯୭ ଲକ୍ଷରେ ପହଞ୍ଚିଛି । ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ଜାରି ରହିଛି, କିନ୍ତୁ ଭାରତର ଅର୍ଥବ୍ୟବସ୍ଥା ମଜବୁତ ରହିଛି। ସାରା ବିଶ୍ୱରେ ଭାରତ ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ୧୨୦ କୋଟି ଲୋକଙ୍କୁ ୨୨୦ କୋଟି ଡୋଜ୍ ଟିକା ଦିଆଯାଇଛି । ୯.୬ କୋଟି ଏଲ୍‌ପିଜି କନେକ୍ସନ ଦିଆଯାଇଛି। ୪୭ କୋଟି ପ୍ରଧାନମନ୍ତ୍ରୀ ଜନଧନ ଆକାଉଣ୍ଟ ଖୋଲାଯାଇଛି । ଚାଷୀ, ମହିଳା, ଓବିସି, SC/ST, ବଞ୍ଚିତ ସମସ୍ତଙ୍କ ବିକାଶ ପାଇଁ ବଜେଟ ଉପସ୍ଥାପନ କରାଯାଉଛି।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

ସୂଚନାଯୋଗ୍ୟ ୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ଅର୍ଥମନ୍ତ୍ରାଳୟରେ ପହଞ୍ଚିଥିଲେ। ଏହାପରେ ସେ ବଜେଟ୍‌ ଉପସ୍ଥାପନ ଅର୍ଥମନ୍ତ୍ରାଳୟ ସମ୍ମୁଖରେ ଫଟୋ ଉଠାଇବା ପାଇଁ ଅର୍ଥମନ୍ତ୍ରୀ ଲାଲ୍‌ ରଙ୍ଗର ‘ବହିଖାତା’ ଧରି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କ୍ରିଷ୍ଣାରାଓ ଏବଂ ଅର୍ଥମନ୍ତ୍ରାଳୟର ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ଠିଆ ହୋଇଥିଲେ।୨୦୨୩-୨୪ ବଜେଟ୍‌ ଅଭିଭାଷଣ ପ୍ରଦାନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କିଷନ୍‌ରାଓ କରାଡ଼, ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଏବଂ ଅର୍ଥମନ୍ତ୍ରାଳୟର ପଦସ୍ଥ ଅଧିକାରୀମାନେ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଫେରିବା ପରେ ସଂସଦରେ କ୍ୟାବିନେଟ୍‌ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ଆଜି ‘୨୦୨୩-୨୪ କେନ୍ଦ୍ରୀୟ ବଜେଟ୍‌’କୁ ଅନୁମୋଦନ କରିଥିଲା। ୧୫ ମିନିଟ୍‌ ମଧ୍ୟରେ ଆଜିର ଏହି କ୍ୟାବିନେଟ୍‌ ବୈଠକ ଶେଷ ହୋଇଥିଲା। ଏହାପରେ ଅର୍ଥମନ୍ତ୍ରୀ ପୂର୍ବାହ୍ନ ୧୧ଟା ଲୋକସଭାରେ ବଜେଟ ଉପସ୍ଥାପନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

01 Feb 2023 By The Sakala

ସରିଲା ପ୍ରତୀକ୍ଷା : ଲୋକସଭାରେ ବଜେଟ୍‌ ଉଦ୍‌ବୋଧନ ଆରମ୍ଭ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ : ସରିଲା ବଜେଟ୍‌ ୨୦୨୩-୨୪ର ପ୍ରତୀକ୍ଷା। ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୧ଟା ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି। ବଜେଟ୍‌ ଉଦ୍‌ବୋଧନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଅମୃତ କାଳର ଏହା ପ୍ରଥମ ବଜେଟ । ଏହି ବଜେଟରେ ମହିଳା, ଚାଷୀ, ପଛୁଆବର୍ଗଙ୍କୁ ଧ୍ୟାନ ଦିଆଯାଇଛି । ଭାରତୀୟ ଅର୍ଥବ୍ୟବସ୍ଥା ଏବେ ସବୁଠୁ ଦ୍ରୁତ ଅଭିବୃଦ୍ଧିର ଅର୍ଥବ୍ୟବସ୍ଥା । କରୋନା ସତ୍ତ୍ବେ ମଧ୍ୟ ସଠିକ ରାସ୍ତାରେ ରହିଛି ଭାରତୀୟ ଅର୍ଥବ୍ୟବସ୍ଥା । ଭାରତ ଚ୍ୟାଲେଞ୍ଜର ସାମ୍ନା କରିଛି, ଅନ୍ୟଙ୍କୁ ସହଯୋଗର ହାତ ବଢାଇଛି । କରୋନା କାଳରେ ୮୦ କୋଟି ଲୋକଙ୍କୁ ମାଗଣାରେ ଚାଉଳ ଯୋଗାଇ ଦିଆଯାଇଛି । ସବକା ପ୍ରୟାସ ମନ୍ତ୍ର ଜରିଆରେ ସମସ୍ତଙ୍କର ଜୀବନରେ ସୁଧାର ଅଣାଯାଇଛି । ଗରିବଙ୍କ ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି।

ବିଶ୍ୱରେ ମାନ୍ଦାବସ୍ଥା ସତ୍ତେ୍ୱ ମଧ୍ୟ ଭାରତର ବିକାଶ ଦର ୭ ପ୍ରତିଶତ ରହିଛି। ପ୍ରତ୍ୟେକ ବ୍ୟକ୍ତିଙ୍କ ଆୟ ଦୁଇଗୁଣା ବଢିଛି । ଏବେ ପ୍ରତି ବ୍ୟକ୍ତିଙ୍କ ଆୟ ୧.୯୭ ଲକ୍ଷରେ ପହଞ୍ଚିଛି । ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ଜାରି ରହିଛି, କିନ୍ତୁ ଭାରତର ଅର୍ଥବ୍ୟବସ୍ଥା ମଜବୁତ ରହିଛି। ସାରା ବିଶ୍ୱରେ ଭାରତ ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ୧୨୦ କୋଟି ଲୋକଙ୍କୁ ୨୨୦ କୋଟି ଡୋଜ୍ ଟିକା ଦିଆଯାଇଛି । ୯.୬ କୋଟି ଏଲ୍‌ପିଜି କନେକ୍ସନ ଦିଆଯାଇଛି। ୪୭ କୋଟି ପ୍ରଧାନମନ୍ତ୍ରୀ ଜନଧନ ଆକାଉଣ୍ଟ ଖୋଲାଯାଇଛି । ଚାଷୀ, ମହିଳା, ଓବିସି, SC/ST, ବଞ୍ଚିତ ସମସ୍ତଙ୍କ ବିକାଶ ପାଇଁ ବଜେଟ ଉପସ୍ଥାପନ କରାଯାଉଛି।

ସୂଚନାଯୋଗ୍ୟ ୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ଅର୍ଥମନ୍ତ୍ରାଳୟରେ ପହଞ୍ଚିଥିଲେ। ଏହାପରେ ସେ ବଜେଟ୍‌ ଉପସ୍ଥାପନ ଅର୍ଥମନ୍ତ୍ରାଳୟ ସମ୍ମୁଖରେ ଫଟୋ ଉଠାଇବା ପାଇଁ ଅର୍ଥମନ୍ତ୍ରୀ ଲାଲ୍‌ ରଙ୍ଗର ‘ବହିଖାତା’ ଧରି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କ୍ରିଷ୍ଣାରାଓ ଏବଂ ଅର୍ଥମନ୍ତ୍ରାଳୟର ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ଠିଆ ହୋଇଥିଲେ।୨୦୨୩-୨୪ ବଜେଟ୍‌ ଅଭିଭାଷଣ ପ୍ରଦାନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କିଷନ୍‌ରାଓ କରାଡ଼, ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଏବଂ ଅର୍ଥମନ୍ତ୍ରାଳୟର ପଦସ୍ଥ ଅଧିକାରୀମାନେ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଫେରିବା ପରେ ସଂସଦରେ କ୍ୟାବିନେଟ୍‌ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ଆଜି ‘୨୦୨୩-୨୪ କେନ୍ଦ୍ରୀୟ ବଜେଟ୍‌’କୁ ଅନୁମୋଦନ କରିଥିଲା। ୧୫ ମିନିଟ୍‌ ମଧ୍ୟରେ ଆଜିର ଏହି କ୍ୟାବିନେଟ୍‌ ବୈଠକ ଶେଷ ହୋଇଥିଲା। ଏହାପରେ ଅର୍ଥମନ୍ତ୍ରୀ ପୂର୍ବାହ୍ନ ୧୧ଟା ଲୋକସଭାରେ ବଜେଟ ଉପସ୍ଥାପନ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର