ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି

The Sakala Picture
Published On

ଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ କହିଛନ୍ତି- ସାମ୍ବାଦିକମାନେ ନିରବଚ୍ଛିନ୍ନ ଭାବେ ଖବର ପ୍ରସାରଣ କରି ଲୋକଙ୍କୁ ସଚେତନ କରୁଛନ୍ତି । ମହାମାରୀ କୋଭିଡ୍ ସମୟରେ ଲୋକଙ୍କ ନିକଟରେ ପ୍ରତିଟି ଖବର ସମୟରେ ପହଞ୍ଚାଉଛନ୍ତି ସାମ୍ବାଦିକ । […]

ଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ କହିଛନ୍ତି- ସାମ୍ବାଦିକମାନେ ନିରବଚ୍ଛିନ୍ନ ଭାବେ ଖବର ପ୍ରସାରଣ କରି ଲୋକଙ୍କୁ ସଚେତନ କରୁଛନ୍ତି । ମହାମାରୀ କୋଭିଡ୍ ସମୟରେ ଲୋକଙ୍କ ନିକଟରେ ପ୍ରତିଟି ଖବର ସମୟରେ ପହଞ୍ଚାଉଛନ୍ତି ସାମ୍ବାଦିକ । କୋଭିଡ୍ ବିରୋଧୀ ଯୁଦ୍ଧରେ ସାମ୍ବାଦିକ ସାହାଯ୍ୟ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଏହାର ଲାଭ ପାଇବେ । ଏହି ଯୋଜନାରେ ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

କୋଭିଡ୍ ସମୟରେ କାର୍ଯ୍ୟରତ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର