ରାହୁଲ ଗାନ୍ଧୀଙ୍କୁ ବଡ଼ ଆଶ୍ବସ୍ତି : ଜାମିନ ଅବଧି ଏପ୍ରିଲ ୧୩ ଯାଏଁ ବୃଦ୍ଧି କଲେ ସୁରଟ ସେସନ୍ସ କୋର୍ଟ

The Sakala Picture
Published On

ସୁରଟ : ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଆଶ୍ବସ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କୁ ପ୍ରଦାନ କରିଛନ୍ତି ଜାମିନ ।  ଜାମିନ ଅବଧିକୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ବଢ଼ାଇଲେ ସୁରଟ ସେସନ କୋର୍ଟ । ତେଣୁ ଏହି ମାମଲାର ଆଗାମୀ ଶୁଣାଣି ଏପ୍ରିଲ ୧୩ରେ ହେବ । ସୋମବାର ଦିନ ରାହୁଲ ଗାନ୍ଧି ଗୁଜରାଟର ସୁରଟସ୍ଥିତ ସେସନ କୋର୍ଟରେ ‘ମୋଦୀ ସାଙ୍ଗିଆ’ ଅପରାଧିକ ମାନହାନି ମାମଲାରେ ଜିଲ୍ଲା ଅଦାଲତ ଦେଇଥିବା ରାୟକୁ ଚାଲେଞ୍ଜ୍‌ […]

ସୁରଟ : ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଆଶ୍ବସ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କୁ ପ୍ରଦାନ କରିଛନ୍ତି ଜାମିନ ।  ଜାମିନ ଅବଧିକୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ବଢ଼ାଇଲେ ସୁରଟ ସେସନ କୋର୍ଟ । ତେଣୁ ଏହି ମାମଲାର ଆଗାମୀ ଶୁଣାଣି ଏପ୍ରିଲ ୧୩ରେ ହେବ । ସୋମବାର ଦିନ ରାହୁଲ ଗାନ୍ଧି ଗୁଜରାଟର ସୁରଟସ୍ଥିତ ସେସନ କୋର୍ଟରେ ‘ମୋଦୀ ସାଙ୍ଗିଆ’ ଅପରାଧିକ ମାନହାନି ମାମଲାରେ ଜିଲ୍ଲା ଅଦାଲତ ଦେଇଥିବା ରାୟକୁ ଚାଲେଞ୍ଜ୍‌ କରି ଆବେଦନ କରିଥିଲେ। ଏହି ମାମଲାରେ ଦଣ୍ଡ ଘୋଷଣା ହେବାର ୧୧ଦିନ ପରେ ସେ ସେସନ କୋର୍ଟରେ ଏହା ବିରୋଧରେ ପିଟିସନ ଦାଖଲ କରିଥିଲେ। ପିଟିସନ ଦାଖଲ ପରେ ସେସନ କୋର୍ଟ ତାଙ୍କୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସୁରତ ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟ ଏଚଏଚ ବର୍ମା ଦେଇଥିବା ରାୟକୁ ଚାଲେଞ୍ଜ କରି ରାହୁଲ ଗାନ୍ଧିଙ୍କ ଲିଗାଲ ଟିମ୍ ସେସନ କୋର୍ଟରେ ଆବେଦନ କରିଥିଲେ। ଏହି ଅପିଲ ସହ ରାହୁଲ ଗାନ୍ଧିଙ୍କ ତରଫରୁ ମଧ୍ୟ ଦୁଇଟି ଆବେଦନ କରାଯାଇଥିଲା। ତଳ କୋର୍ଟ ପକ୍ଷରୁ ହୋଇଥିବା ଦୋଷୀ ଦଣ୍ଡାଦେଶ ଉପରେ ରୋକ ଲଗାଇବାକୁ ଆବେଦନ କରଯାଇଥିଲା। ସେହିପରି ତଳ କୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ଖାରଜ କରିବାକୁ ରାହୁଲ ଗାନ୍ଧିଙ୍କ ତରଫରୁ ଆବେଦନ କରାଯା‌ଇଥିଲା। ୨୦୧୯ରେ ମୋଦୀ ସାଙ୍ଗିଆକୁ ନେଇ ରାହୁଲ ବିବାଦୀୟ ବିବୃତ୍ତି ଦେଇଥିଲେ। ରାହୁଲଙ୍କ ବୟାନକୁ ବିରୋଧରେ ବିଜେପି ନେତା ପୂର୍ଣ୍ଣେସ ମୋଦୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଇପିସି ଧାରା ୪୯୯ ଓ ୫୦୦ ଆଧାରରେ ରାହୁଲଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ । ଏଥିସହ କୋର୍ଟ ତାଙ୍କୁ ୩୦ ଦିନ ଜାମିନ ଦେଇ ଉପରକୋର୍ଟରେ ଆବେଦନ କରିବାକୁ ସୁଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

‘ମୋଦୀ ସାଙ୍ଗିଆ’ ମନ୍ତବ୍ୟ ନେଇ ଦାୟର ଏକ ମାନହାନି ମାମଲାରେ ସୁରଟର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଏଚ୍ଏଚ୍ ବର୍ମା ମାର୍ଚ୍ଚ ୨୩ରେ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଏଥିସହ ତାଙ୍କୁ ଦୁଇ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଥିଲା ।ତେବେ ସେହି ଦିନ ହିଁ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଥିଲେ ଏବଂ ତାଙ୍କ ଦଣ୍ଡକୁ ୩୦ ଦିନ ପର୍ଯ୍ୟନ୍ତ ନିଲମ୍ବିତ କରିଥିଲେ, ଯାହାଫଳରେ ସେ ଉପର କୋର୍ଟରେ ଆବେଦନ କରିପାରିବେ। କୋର୍ଟଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହେବା ପରେ ୨୪ ମାର୍ଚ୍ଚରେ ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା । ଯଦି ରାହୁଲ ଗାନ୍ଧୀଙ୍କ ବିରୋଧରେ ତଳକୋର୍ଟ ରାୟକୁ ଉପର ଅଦାଲତ କାଏମ ରଖନ୍ତି, ତେବେ ଏହି କଂଗ୍ରେସ ନେତା ୮ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ​​ଲଢ଼ିପାରିବେ ନାହିଁ । ‘ମୋଦୀ ସାଙ୍ଗିଆ’ମନ୍ତବ୍ୟ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଜେପିର ବିଧାୟକ ତଥା ଗୁଜରାଟର ପୂର୍ବତନ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅପରାଧିକ ମାନହାନି ମାମଲା ଦାୟର କରିଥିଲେ ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର