ନିପ୍ପନ ଷ୍ଟିଲ୍‌ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଟୋକିଓ: ନିପ୍ପନ ଷ୍ଟିଲ୍‌ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରେ ନିପ୍ପନ ଷ୍ଟିଲ ବଡ଼ ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛି। ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ କର୍ପୋରେସନ ଯାଇ ବୁଲିଛନ୍ତି। ଟୋକିଓ ସ୍ଥିତ ନିପ୍ପନ ପ୍ଲାଣ୍ଟ ବୁଲି ଦେଖିବା ବେଳେ ସେମାନଙ୍କ ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗ୍ରୀନ ଟେକନୋଲୋଜି ଉପଯୋଗରେ ଷ୍ଟିଲ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି। ନିପ୍ପନର ସହଯୋଗରେ କେନ୍ଦ୍ରାପଡା ଜଗତସିଂହପୁରରେ […]

ଟୋକିଓ: ନିପ୍ପନ ଷ୍ଟିଲ୍‌ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରେ ନିପ୍ପନ ଷ୍ଟିଲ ବଡ଼ ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛି। ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ କର୍ପୋରେସନ ଯାଇ ବୁଲିଛନ୍ତି। ଟୋକିଓ ସ୍ଥିତ ନିପ୍ପନ ପ୍ଲାଣ୍ଟ ବୁଲି ଦେଖିବା ବେଳେ ସେମାନଙ୍କ ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗ୍ରୀନ ଟେକନୋଲୋଜି ଉପଯୋଗରେ ଷ୍ଟିଲ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ନିପ୍ପନର ସହଯୋଗରେ କେନ୍ଦ୍ରାପଡା ଜଗତସିଂହପୁରରେ ହେବାକୁ ଯାଉଥିବା ଷ୍ଟିଲ ପ୍ଲାଣ୍ଟକୁ ନେଇ ବହୁତ ଆଶାବାଦୀ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ 5T ସଚିବ ଭିକେ ପାଣ୍ଡିଆନଙ୍କ ସହ ଆଲୋଚନା ବେଳେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ନିପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ ୱାର୍କସ ସେଣ୍ଟର ପରିଦର୍ଶନ କରିଛନ୍ତି। ଏହାସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ ମଧ୍ୟ ବୁଲିଛନ୍ତି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ନବୀନଙ୍କ ସହ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, 5T ସଚିବ ଭି.କେ ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଓ ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଜାପାନ ଗସ୍ତରେ ସାମିଲ ହୋଇଛନ୍ତି। କ୍ଷେତ୍ର ପରିଦର୍ଶନ ସମୟରେ ଜାପାନର ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ ପ୍ରତିନିଧି ଦଳ ଆଲୋଚନା କରିଛନ୍ତି। ଜାପାନରୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ନିବେଶକ। ଗ୍ରୀନ ହାଇଡ୍ରୋଜେନ, ଗ୍ରୀନ ଆମୋନିଆ, ଗ୍ରୀନ ଏନର୍ଜୀ, ଆଇଟି କ୍ଷେତ୍ରରେ ନିବେଶ ପାଇଁ ଏହି ପ୍ରସ୍ତାବ ଆସିଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର