ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ!‘ବନ୍ଦେ ଭାରତ’ ଲୋକାର୍ପଣ କାର୍ଯ୍ୟକ୍ରମରେ ହୋଇପାରନ୍ତି ସାମିଲ

The Sakala Picture
Published On

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବଶୀଘ୍ର ଓଡ଼ିଶା ଆସିପାରନ୍ତି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବାର ସମ୍ଭାବନା ରହିଛି। ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବିଭିନ୍ନ ସ୍ଥାନରେ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ […]

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବଶୀଘ୍ର ଓଡ଼ିଶା ଆସିପାରନ୍ତି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବାର ସମ୍ଭାବନା ରହିଛି। ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବିଭିନ୍ନ ସ୍ଥାନରେ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିପାରନ୍ତି। ତେବେ ରଥଯାତ୍ରା ପୂର୍ବରୁ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ର ଲୋକାର୍ପଣ ହେବାର କାର୍ଯ୍ୟକ୍ରମ ଥିବା ଆଲୋଚନା ହେଉଛି।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ସୂଚନାଯୋଗ୍ୟ ଗତ ମାସ ୨୮ ତାରିଖରେ ପ୍ରଥମ ଥର ଲାଗି ହାୱଡା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଥିଲା। ସକାଳ ୬ଟା ୧୦ରେ ହାୱଡାରୁ ଏହି ଏକ୍ସପ୍ରେସ୍‌‌ର ଟ୍ରାଏଲ ରନ୍‌‌ ଆରମ୍ଭ ହୋଇଥିଲା। ଏହା ଖଡଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବା ପୁରୀରେ ପହଞ୍ଚିଥିଲା। ବନ୍ଦେ ଭାରତ ଏକ୍ସପ୍ରେସ୍‌‌ ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ମଧ୍ୟାହ୍ଣ ୧.୫୦ ମିନିଟରେ ପୁରୀ ଛାଡ଼ିଥିଲା। ଏହା ରାତି ୮ଟା ୩୦ରେ ହାୱଡାରେ ପହଞ୍ଚିଥିଲା।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

11 May 2023 By The Sakala

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ!‘ବନ୍ଦେ ଭାରତ’ ଲୋକାର୍ପଣ କାର୍ଯ୍ୟକ୍ରମରେ ହୋଇପାରନ୍ତି ସାମିଲ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବଶୀଘ୍ର ଓଡ଼ିଶା ଆସିପାରନ୍ତି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବାର ସମ୍ଭାବନା ରହିଛି। ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବିଭିନ୍ନ ସ୍ଥାନରେ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିପାରନ୍ତି। ତେବେ ରଥଯାତ୍ରା ପୂର୍ବରୁ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ର ଲୋକାର୍ପଣ ହେବାର କାର୍ଯ୍ୟକ୍ରମ ଥିବା ଆଲୋଚନା ହେଉଛି।

ସୂଚନାଯୋଗ୍ୟ ଗତ ମାସ ୨୮ ତାରିଖରେ ପ୍ରଥମ ଥର ଲାଗି ହାୱଡା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌‌ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଥିଲା। ସକାଳ ୬ଟା ୧୦ରେ ହାୱଡାରୁ ଏହି ଏକ୍ସପ୍ରେସ୍‌‌ର ଟ୍ରାଏଲ ରନ୍‌‌ ଆରମ୍ଭ ହୋଇଥିଲା। ଏହା ଖଡଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବା ପୁରୀରେ ପହଞ୍ଚିଥିଲା। ବନ୍ଦେ ଭାରତ ଏକ୍ସପ୍ରେସ୍‌‌ ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ମଧ୍ୟାହ୍ଣ ୧.୫୦ ମିନିଟରେ ପୁରୀ ଛାଡ଼ିଥିଲା। ଏହା ରାତି ୮ଟା ୩୦ରେ ହାୱଡାରେ ପହଞ୍ଚିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର