ଆଉ ଚଳିବନି ୨ହଜାର ଟଙ୍କିଆ ନୋଟ୍‌, ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ଫେରାଇଦେବାକୁ ରିଜର୍ଭ ବ୍ୟାଙ୍କର ଘୋଷଣା

The Sakala Picture
Published On

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ ବଜାରରୁ ୨୦୦୦ ହଜାର ଟଙ୍କିଆ ନୋଟ୍‌ ଫେରାଇନେବାକୁ ଘୋଷଣା କରିଛି। ଗ୍ରାହକମାନେ ବ୍ୟାଙ୍କରେ ସେପ୍ଟେମ୍ବର ୩୦ ସୁଦ୍ଧା ୨ହଜାର ଟଙ୍କିଆ ନୋଟ ଫେରାଇ ଦେବାକୁ ଆଜି ଘୋଷଣା କରିଛି। ଆଉ ଛପା ହେବନି ୨ ହଜାର ଟଙ୍କିଆ ନୋଟ୍ ।୨ ହଜାର ଟଙ୍କିଆ ନୋଟ୍ ଫେରାଇ ନେବାକୁ ଆରବିଆଇ ନିଷ୍ପତ୍ତି ନେବା ସହ କହିଛି ବର୍ତ୍ତମାନ ପାଇଁ ବୈଧ ରହିବ ୨ ହଜାର ଟଙ୍କିଆ ନୋଟ୍। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ […]

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ ବଜାରରୁ ୨୦୦୦ ହଜାର ଟଙ୍କିଆ ନୋଟ୍‌ ଫେରାଇନେବାକୁ ଘୋଷଣା କରିଛି। ଗ୍ରାହକମାନେ ବ୍ୟାଙ୍କରେ ସେପ୍ଟେମ୍ବର ୩୦ ସୁଦ୍ଧା ୨ହଜାର ଟଙ୍କିଆ ନୋଟ ଫେରାଇ ଦେବାକୁ ଆଜି ଘୋଷଣା କରିଛି। ଆଉ ଛପା ହେବନି ୨ ହଜାର ଟଙ୍କିଆ ନୋଟ୍ ।୨ ହଜାର ଟଙ୍କିଆ ନୋଟ୍ ଫେରାଇ ନେବାକୁ ଆରବିଆଇ ନିଷ୍ପତ୍ତି ନେବା ସହ କହିଛି ବର୍ତ୍ତମାନ ପାଇଁ ବୈଧ ରହିବ ୨ ହଜାର ଟଙ୍କିଆ ନୋଟ୍। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୨ ହଜାର ଟଙ୍କିଆ ନୋଟ ବ୍ୟାଙ୍କରେ ଡିପୋଜିଟ୍ ହୋଇପାରିବ।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ଆଜି ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇ କୁହାଯାଇଛି ଯେ ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ । ବିଦାୟ ନେଲେ ବି ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍। ମେ’ ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ଆସନ୍ତା ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ୨ହଜାର ଟଙ୍କିଆ ନୋଟ ବଦଳାଇ ପାରିବେ। ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ତେବେ ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ବଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ କହିଛି। ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ମଧ୍ୟ ଆରବିଆଇ ନିର୍ଦ୍ଦେଶ ଦେଇଛି।

ସୂଚନାଯୋଗ୍ୟ କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରିକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି । ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ କହିଛି ।ରାଜ୍ୟରେ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ ୨ହଜାର ଟଙ୍କିଆ ନୋଟ୍‍ର ପ୍ରଚଳନକୁ ଅନୌଚାରିକ ଭାବେ ବହୁ ପୁର୍ବରୁ ବନ୍ଦ କରିସାରିଛି। ସମସ୍ତ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କକୁ ଆସୁଥିବା ୨ ହଜାର ଟଙ୍କିଆ ନୋଟ୍‍ ଆରବିଆଇକୁ ଫେରସ୍ତ ନେଇଥିବା ବେଳେ ଏବେ ଲୋକମାନଙ୍କ ପାଖରେ ଥିବା ନୋଟକୁ ଫେରାଇ ନେବ।

19 May 2023 By The Sakala

ଆଉ ଚଳିବନି ୨ହଜାର ଟଙ୍କିଆ ନୋଟ୍‌, ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ଫେରାଇଦେବାକୁ ରିଜର୍ଭ ବ୍ୟାଙ୍କର ଘୋଷଣା

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ ବଜାରରୁ ୨୦୦୦ ହଜାର ଟଙ୍କିଆ ନୋଟ୍‌ ଫେରାଇନେବାକୁ ଘୋଷଣା କରିଛି। ଗ୍ରାହକମାନେ ବ୍ୟାଙ୍କରେ ସେପ୍ଟେମ୍ବର ୩୦ ସୁଦ୍ଧା ୨ହଜାର ଟଙ୍କିଆ ନୋଟ ଫେରାଇ ଦେବାକୁ ଆଜି ଘୋଷଣା କରିଛି। ଆଉ ଛପା ହେବନି ୨ ହଜାର ଟଙ୍କିଆ ନୋଟ୍ ।୨ ହଜାର ଟଙ୍କିଆ ନୋଟ୍ ଫେରାଇ ନେବାକୁ ଆରବିଆଇ ନିଷ୍ପତ୍ତି ନେବା ସହ କହିଛି ବର୍ତ୍ତମାନ ପାଇଁ ବୈଧ ରହିବ ୨ ହଜାର ଟଙ୍କିଆ ନୋଟ୍। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୨ ହଜାର ଟଙ୍କିଆ ନୋଟ ବ୍ୟାଙ୍କରେ ଡିପୋଜିଟ୍ ହୋଇପାରିବ।

ଆଜି ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇ କୁହାଯାଇଛି ଯେ ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ । ବିଦାୟ ନେଲେ ବି ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍। ମେ’ ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ।

ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ଆସନ୍ତା ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ୨ହଜାର ଟଙ୍କିଆ ନୋଟ ବଦଳାଇ ପାରିବେ। ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ତେବେ ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ବଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ କହିଛି। ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ମଧ୍ୟ ଆରବିଆଇ ନିର୍ଦ୍ଦେଶ ଦେଇଛି।

ସୂଚନାଯୋଗ୍ୟ କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରିକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି । ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ କହିଛି ।ରାଜ୍ୟରେ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ ୨ହଜାର ଟଙ୍କିଆ ନୋଟ୍‍ର ପ୍ରଚଳନକୁ ଅନୌଚାରିକ ଭାବେ ବହୁ ପୁର୍ବରୁ ବନ୍ଦ କରିସାରିଛି। ସମସ୍ତ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କକୁ ଆସୁଥିବା ୨ ହଜାର ଟଙ୍କିଆ ନୋଟ୍‍ ଆରବିଆଇକୁ ଫେରସ୍ତ ନେଇଥିବା ବେଳେ ଏବେ ଲୋକମାନଙ୍କ ପାଖରେ ଥିବା ନୋଟକୁ ଫେରାଇ ନେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର