ସଂକ୍ରମଣ ବଢିବାରୁ ବନ୍ଦ ରହିଲା ଜଗା ଦର୍ଶନ
ପୁରୀ: କୋଭିଡ ସଂକ୍ରମିତ ବୃଦ୍ଧି ଯୋଗୁଁ ଜୁନ ୧୫ ଯାଏ ଜଗା ବନ୍ଦ ରହିଲା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁନ ୧୫ ଯାଏ ସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତିକାନ୍ତି ପୂର୍ବ ପରି ଚାଲୁ ରହିବା ନେଇ କହିଛି ଶ୍ରୀମନ୍ଦିର ପ୍ରଶାସନ । […]
ପୁରୀ: କୋଭିଡ ସଂକ୍ରମିତ ବୃଦ୍ଧି ଯୋଗୁଁ ଜୁନ ୧୫ ଯାଏ ଜଗା ବନ୍ଦ ରହିଲା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁନ ୧୫ ଯାଏ ସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।
ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ
ତେବେ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତିକାନ୍ତି ପୂର୍ବ ପରି ଚାଲୁ ରହିବା ନେଇ କହିଛି ଶ୍ରୀମନ୍ଦିର ପ୍ରଶାସନ । କୋଭିଡ ସଂକ୍ରମଣ ଜିଲ୍ଲାରେ ବୃଦ୍ଧି ଘଟୁଥିବାବେଳେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ସେହିପରି ଗତକାଲି ଠାରୁ ଅର୍ଥାତ ଅକ୍ଷୟ ତୃତୀୟା ଠାରୁ ରଥ ନିର୍ମାଣ ମଧ୍ୟ ଆରମ୍ଭ କରାଯାଇଛି ।
ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା
ସେପଟେ ବିନା ଭକ୍ତ ଓ ସୀମିତ ସେବାୟତଙ୍କ ଚନ୍ଦନ ଯାତ୍ରା ଆୟୋଜନ କରାଯାଇଛି । ଆଗକୁ ମଧ୍ୟ କଟକଣା ଭିତରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିକାନ୍ତି ହେବ । ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଏସପି ଉପସ୍ଥିତ ରହିଥିଲେ ।






