ସଂକ୍ରମଣ ବଢିବାରୁ ବନ୍ଦ ରହିଲା ଜଗା ଦର୍ଶନ

The Sakala Picture
Published On

ପୁରୀ: କୋଭିଡ ସଂକ୍ରମିତ ବୃଦ୍ଧି ଯୋଗୁଁ ଜୁନ ୧୫ ଯାଏ ଜଗା ବନ୍ଦ ରହିଲା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁନ ୧୫ ଯାଏ ସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତିକାନ୍ତି ପୂର୍ବ ପରି ଚାଲୁ ରହିବା ନେଇ କହିଛି ଶ୍ରୀମନ୍ଦିର ପ୍ରଶାସନ । […]

ପୁରୀ: କୋଭିଡ ସଂକ୍ରମିତ ବୃଦ୍ଧି ଯୋଗୁଁ ଜୁନ ୧୫ ଯାଏ ଜଗା ବନ୍ଦ ରହିଲା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁନ ୧୫ ଯାଏ ସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ତେବେ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତିକାନ୍ତି ପୂର୍ବ ପରି ଚାଲୁ ରହିବା ନେଇ କହିଛି ଶ୍ରୀମନ୍ଦିର ପ୍ରଶାସନ । କୋଭିଡ ସଂକ୍ରମଣ ଜିଲ୍ଲାରେ ବୃଦ୍ଧି ଘଟୁଥିବାବେଳେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ସେହିପରି ଗତକାଲି ଠାରୁ ଅର୍ଥାତ ଅକ୍ଷୟ ତୃତୀୟା ଠାରୁ ରଥ ନିର୍ମାଣ ମଧ୍ୟ ଆରମ୍ଭ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ସେପଟେ ବିନା ଭକ୍ତ ଓ ସୀମିତ ସେବାୟତଙ୍କ ଚନ୍ଦନ ଯାତ୍ରା ଆୟୋଜନ କରାଯାଇଛି । ଆଗକୁ ମଧ୍ୟ କଟକଣା ଭିତରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିକାନ୍ତି ହେବ । ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଏସପି ଉପସ୍ଥିତ ରହିଥିଲେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର