ଆଜିଠୁ ୩ ତାରିଖ ଯାଏଁ ରାଜ୍ୟରେ ଲଘୁଚାପ ବର୍ଷା

The Sakala Picture
Published On

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଆଜିଠୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ସହ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସକ୍ରିୟ ମୌସୁମୀ ପାଇଁ […]

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଆଜିଠୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ସହ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସକ୍ରିୟ ମୌସୁମୀ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବର୍ଷା ସହିତ ଘଡଘଡି ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଏହା ସହିତ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅପରପକ୍ଷେ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁଯିବା ପାଇଁ ମନା କରାଯାଇଛି । ବର୍ଷା ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

10 Jun 2021 By The Sakala

ଆଜିଠୁ ୩ ତାରିଖ ଯାଏଁ ରାଜ୍ୟରେ ଲଘୁଚାପ ବର୍ଷା

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଆଜିଠୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ସହ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସକ୍ରିୟ ମୌସୁମୀ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବର୍ଷା ସହିତ ଘଡଘଡି ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଏହା ସହିତ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅପରପକ୍ଷେ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁଯିବା ପାଇଁ ମନା କରାଯାଇଛି । ବର୍ଷା ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର