ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ; ୪ ମୃତ, ୯ ଜଣ ଗୁରୁତର

The Sakala Picture
Published On

ଝାରସୁଗୁଡ଼ା: ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ, ୯ ଜଣ ଗୁରୁତର । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଜୁନିୟନ୍‌ ଛକରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। […]

ଝାରସୁଗୁଡ଼ା: ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ, ୯ ଜଣ ଗୁରୁତର । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଜୁନିୟନ୍‌ ଛକରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ରହିଛନ୍ତି । ଖବର ପାଇ ଲଖନପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

11 Feb 2024 By The Sakala

ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ; ୪ ମୃତ, ୯ ଜଣ ଗୁରୁତର

ଝାରସୁଗୁଡ଼ା: ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ, ୯ ଜଣ ଗୁରୁତର । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଜୁନିୟନ୍‌ ଛକରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ରହିଛନ୍ତି । ଖବର ପାଇ ଲଖନପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର