ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ।  ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ। ୨୦୨୪- ୨୫ ଆର୍ଥିକ […]

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ।  ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ। ୨୦୨୪- ୨୫ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ହାର ୭.୨ ପ୍ରତିଶତ ହେବା ନେଇ ଆକଳନା କରାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ରେପୋ ରେଟ୍ କ’ଣ?

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଯେଉଁ ହାରରେ ଆରବିଆଇ ଦ୍ୱାରା ବ୍ୟାଙ୍କଗୁଡ଼ିକୁ ଲୋନ୍‌ ଦିଆଯାଏ ସେହି ହାରକୁ ରେପୋ ରେଟ୍ କୁହାଯାଏ । ରେପୋ ରେଟ୍‌ ବଢିଲେ ବ୍ୟାଙ୍କଗୁଡିକ ଆରବିଆଇରୁ ଅଧିକ ସୁଧ ହାରରେ ଋଣ ପାଇବେ । ଏହା ଦ୍ବାରା ବ୍ୟାଙ୍କରୁ ଲୋକ ନେଇଥିବା ହୋମ୍‌ ଲୋନ୍‌, କାର୍‌ ଲୋନ୍‌ ଏବଂ ପର୍ସନାଲ ଲୋନ୍‌ ଉପରେ ସୁଧ ହାର ବୃଦ୍ଧି ପାଇବ।  ଯାହା ଆପଣଙ୍କର EMI ଉପରେ ସିଧାସଳଖ ପ୍ରଭାବ ପକାଇବ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର