ରାଜରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

The Sakala Picture
Published On

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆଜି ରାଜରାଜେଶ୍ୱର ବା ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗୋଟିଏ ବର୍ଷରେ ମହାପ୍ରଭୁ ପାଞ୍ଚ ଥର ସୁନାବେଶ ହେବାର ପରମ୍ପରା ରହିଛି। ତେବେ କାର୍ତ୍ତିକ ମାସ ପୂର୍ଣ୍ଣିମାରେ ରାଜରାଜେଶ୍ବର ବେଶ ନାମରେ ଏହି ସୁନାବେଶ ଲାଗି ହୋଇଥାନ୍ତି ଶ୍ରୀଜିଉ । ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ […]

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆଜି ରାଜରାଜେଶ୍ୱର ବା ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗୋଟିଏ ବର୍ଷରେ ମହାପ୍ରଭୁ ପାଞ୍ଚ ଥର ସୁନାବେଶ ହେବାର ପରମ୍ପରା ରହିଛି। ତେବେ କାର୍ତ୍ତିକ ମାସ ପୂର୍ଣ୍ଣିମାରେ ରାଜରାଜେଶ୍ବର ବେଶ ନାମରେ ଏହି ସୁନାବେଶ ଲାଗି ହୋଇଥାନ୍ତି ଶ୍ରୀଜିଉ । ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଭିଡ଼କୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ବ୍ୟାରିକେଡରେ ଭକ୍ତମାନେ ଯାଇ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଅନ୍ୟ ଦ୍ବାର ଦେଇ ପ୍ରସ୍ଥାନ କରିବେ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମଝି ଆକାଶରୁ ଫେରିଲା ଇଣ୍ଡିଗୋ ବିମାନ: ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ନୂଆଦିଲ୍ଲୀରୁ ମାଞ୍ଚେଷ୍ଟର ଯାଉଥିବା ବିମାନର ୟୁ-ଟର୍ଣ୍ଣ

15 Nov 2024 By The Sakala

ରାଜରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆଜି ରାଜରାଜେଶ୍ୱର ବା ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗୋଟିଏ ବର୍ଷରେ ମହାପ୍ରଭୁ ପାଞ୍ଚ ଥର ସୁନାବେଶ ହେବାର ପରମ୍ପରା ରହିଛି। ତେବେ କାର୍ତ୍ତିକ ମାସ ପୂର୍ଣ୍ଣିମାରେ ରାଜରାଜେଶ୍ବର ବେଶ ନାମରେ ଏହି ସୁନାବେଶ ଲାଗି ହୋଇଥାନ୍ତି ଶ୍ରୀଜିଉ । ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଭିଡ଼କୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ବ୍ୟାରିକେଡରେ ଭକ୍ତମାନେ ଯାଇ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଅନ୍ୟ ଦ୍ବାର ଦେଇ ପ୍ରସ୍ଥାନ କରିବେ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର