ସରିଲା ଧର୍ମମାସ କାର୍ତ୍ତିକ: ଆଜିଠୁ ପୁଣି ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ଆଜିଠାରୁ ପୁଣି ଭକ୍ତ ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ପ୍ରବେଶ କରିପାରିବେ। କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି କେବଳ ସିଂହଦ୍ୱାରରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯାଇଥିଲା। ଶୁକ୍ରବାର ଶେଷ ହୋଇଛି ଧର୍ମମାସ କାର୍ତ୍ତିକ। ତେଣୁ ପୁନଶ୍ଚ ବୈଠକ ବସି ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ […]

ପୁରୀ: ଆଜିଠାରୁ ପୁଣି ଭକ୍ତ ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ପ୍ରବେଶ କରିପାରିବେ। କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି କେବଳ ସିଂହଦ୍ୱାରରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯାଇଥିଲା। ଶୁକ୍ରବାର ଶେଷ ହୋଇଛି ଧର୍ମମାସ କାର୍ତ୍ତିକ। ତେଣୁ ପୁନଶ୍ଚ ବୈଠକ ବସି ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧୀକ୍ଷକ ବିନୀତ୍‌ ଅଗ୍ରୱାଲଙ୍କ ସମେତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ, ନଭେମ୍ବର ୧୬ ଅର୍ଥାତ୍‌ ଆଜିଠାରୁ ସମସ୍ତ ଚାରିଦ୍ୱାରରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ସେହିପରି ସିଂହଦ୍ୱାର ବ୍ୟତୀତ ଅନ୍ୟ ତିନି ଦ୍ୱାରରେ ହିଁ ପ୍ରସ୍ଥାନ କରିବେ। ସିଂହଦ୍ୱାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସେବକ ତଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ୱାରରେ ପ୍ରବେଶ ତଥା ପ୍ରସ୍ଥାନ କରିପାରିବେ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ଅନ୍ୟପକ୍ଷରେ ଶ୍ରୀମନ୍ଦିର ନାଟମଣ୍ଡପରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାକୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସବୁ କାର୍ତ୍ତିକ ବ୍ରତ ସମାପନ କରିଛନ୍ତି। ଚଳିତବର୍ଷ କାର୍ତ୍ତିକ ମାସରେ ନୀତିକାନ୍ତି ସମ୍ପାଦନ, ଦର୍ଶନ ଶୃଙ୍ଖଳା ତଥା ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାରେ ସହଯୋଗ ପାଇଁ ସେବକ ନିଯୋଗ, ଶ୍ରୀମନ୍ଦିର ତଥା ଜିଲ୍ଲା ଏବଂ ପୁଲିସ ପ୍ରଶାସନର ସମସ୍ତ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ବିଶେଷକରି ଅଗଣିତ ଭକ୍ତଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜ୍ଞାପନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

16 Nov 2024 By The Sakala

ସରିଲା ଧର୍ମମାସ କାର୍ତ୍ତିକ: ଆଜିଠୁ ପୁଣି ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ

ପୁରୀ: ଆଜିଠାରୁ ପୁଣି ଭକ୍ତ ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ପ୍ରବେଶ କରିପାରିବେ। କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି କେବଳ ସିଂହଦ୍ୱାରରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯାଇଥିଲା। ଶୁକ୍ରବାର ଶେଷ ହୋଇଛି ଧର୍ମମାସ କାର୍ତ୍ତିକ। ତେଣୁ ପୁନଶ୍ଚ ବୈଠକ ବସି ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧୀକ୍ଷକ ବିନୀତ୍‌ ଅଗ୍ରୱାଲଙ୍କ ସମେତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ, ନଭେମ୍ବର ୧୬ ଅର୍ଥାତ୍‌ ଆଜିଠାରୁ ସମସ୍ତ ଚାରିଦ୍ୱାରରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ସେହିପରି ସିଂହଦ୍ୱାର ବ୍ୟତୀତ ଅନ୍ୟ ତିନି ଦ୍ୱାରରେ ହିଁ ପ୍ରସ୍ଥାନ କରିବେ। ସିଂହଦ୍ୱାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସେବକ ତଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ୱାରରେ ପ୍ରବେଶ ତଥା ପ୍ରସ୍ଥାନ କରିପାରିବେ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ନାଟମଣ୍ଡପରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାକୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସବୁ କାର୍ତ୍ତିକ ବ୍ରତ ସମାପନ କରିଛନ୍ତି। ଚଳିତବର୍ଷ କାର୍ତ୍ତିକ ମାସରେ ନୀତିକାନ୍ତି ସମ୍ପାଦନ, ଦର୍ଶନ ଶୃଙ୍ଖଳା ତଥା ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାରେ ସହଯୋଗ ପାଇଁ ସେବକ ନିଯୋଗ, ଶ୍ରୀମନ୍ଦିର ତଥା ଜିଲ୍ଲା ଏବଂ ପୁଲିସ ପ୍ରଶାସନର ସମସ୍ତ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ବିଶେଷକରି ଅଗଣିତ ଭକ୍ତଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜ୍ଞାପନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ।

https://www.thesakala.in/big-news/puri-shree-mandir-4-doors-opened-for-devotees/article-36597
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର