ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ନବୀନଙ୍କୁ ଷ୍ଟାଲିନଙ୍କ ନିମନ୍ତ୍ରଣ…

The Sakala Picture
Published On

ଭୁବନେଶ୍ବର: ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଉ ନବୀନ ବୈଠକକୁ ସମର୍ଥନ ଜଣାଇଛନ୍ତି। ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଏନେଇ ସ୍ଵତନ୍ତ୍ର ବୈଠକ ବସିବ। ସୀମା ପୁନଃ ନିର୍ଦ୍ଧାରଣରେ କ୍ଷତିଗ୍ରସ୍ତ ହେବାକୁ ଥିବା ୭ରୁ ୮ଟି ରାଜ୍ୟ ଏଥିରେ ସାମିଲ୍ ହେବେ । ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ […]

ଭୁବନେଶ୍ବର: ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଉ ନବୀନ ବୈଠକକୁ ସମର୍ଥନ ଜଣାଇଛନ୍ତି। ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଏନେଇ ସ୍ଵତନ୍ତ୍ର ବୈଠକ ବସିବ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ସୀମା ପୁନଃ ନିର୍ଦ୍ଧାରଣରେ କ୍ଷତିଗ୍ରସ୍ତ ହେବାକୁ ଥିବା ୭ରୁ ୮ଟି ରାଜ୍ୟ ଏଥିରେ ସାମିଲ୍ ହେବେ । ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ଡିଏମକେ ସାଂସଦ ଦୟାନିଧି ମାରନ୍ ଏବଂ ଆଇଟି ମନ୍ତ୍ରୀ ନବୀନ ନିବାସରେ ଭେଟି ନିମନ୍ତ୍ରଣ କରିଛନ୍ତି । ଏହି ଅସରରେ ନବୀନ ତାଙ୍କର ସମର୍ଥନ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଚିଲିକାରେ ଜାଲବାଡ଼ ଯୋଗୁଁ ଲଞ୍ଚ ଚଳାଚଳ ବାଧାପ୍ରାପ୍ତ

ଏହାସହ ନବୀନ କହିଛନ୍ତି, ଅନୈତିକ ସୀମା ପୁନଃ ନିର୍ଦ୍ଧାରଣ ବିରୋଧରେ ସେ ସ୍ବର ଉତ୍ତୋଳନ କରିବେ। ଏହାସହ ସେ ବୈଠକରେ ସାମିଲ ହେବା ନେଇ ପ୍ରତିଶ୍ରୁତି ମଧ୍ୟ ଦେଇଥିବା ଦୟାନିଧି ମାରନ କହିଛନ୍ତି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

୨୦୨୬ ମସିହାରେ ସୀମା ପୁନଃ ନିର୍ଦ୍ଧାରଣ ହେବାକୁ ଯାଉଛି। କେନ୍ଦ୍ର ସରକାର ସ୍ଵଚ୍ଛତାର ସହ ଏହା କରିବାକୁ ଚାହୁଁ ନାହାନ୍ତି । ତେଣୁ ଏହା ବିରୋଧରେ କ୍ଷତିଗ୍ରସ୍ତ ହେବାକୁ ଥିବା ୭ରୁ ୮ଟି ରାଜ୍ଯ ଆଲୋଚନା କରିବେ। ଓଡ଼ିଶା ବି ଏଥିରେ କ୍ଷତିଗ୍ରସ୍ତ ହେବ। ଆନୁପାତିକ ଭାବେ ସାଂସଦ ଏବଂ ବିଧାନସଭାରେ ଯେଉଁ ଅନୁପାତରେ ଓଡ଼ିଶା ପାଇବା କଥା ତାହା ହେବ ନାହିଁ । ଓଡ଼ିଶାର ବାସ୍ତବରେ କ’ଣ କ୍ଷତି ହେବ ସେ ନେଇ ଭୁବନେଶ୍ଵରରେ ଖୁବ୍ ଶୀଘ୍ର ଏକ ବୈଠକ ବସିବ। ଏ ନେଇ ବ୍ୟାପକ ଆଲୋଚନା ହେବ ବୋଲି ବିଜେଡି ନେତା ବୈଠକ ପରେ ସୂଚନା ଦେଇଛନ୍ତି । ଏହାଦ୍ବାରା ଯେଉଁ କ୍ଷତି ହେବ ବିଶେଷ କରି ତାକୁ ନେଇ ଆଲୋଚନା ହେବ ବୋଲି କହିଛନ୍ତି ବିଜେଡି ଉପସଭାପତି ଦେବୀ ମିଶ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର