ମନ୍ଦିର ପ୍ରସାଦ ସେବନକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ବ୍ୟାପକ ପୋଲିସ ମୁତୟନ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ମଦନପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିରରେ ପ୍ରସାଦ ସେବନକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଏକାଧିକ ଲୋକ । ବଡ଼ ରଘୁନାଥପୁର ଓ ମଦନପୁର ଗାଁ ମଧ୍ୟରେ ଏହି ସଂଘର୍ଷ ଘଟିଛି । ପ୍ରସାଦ ଖାଇବାକୁ କେନ୍ଦ୍ର କରି ଆରମ୍ଭ ହୋଇଥିବା ବିବାଦ ଉଗ୍ରରୂପ ନେବା ପରେ ଉଭୟ ପକ୍ଷ ମଧ୍ୟରେ ଲାଠିମାଡ଼ ଓ ଭଙ୍ଗାରୁଜା ହୋଇଥିବା ଅଭିଯୋଗ ହୋଇଛି । 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ସୂଚନା ଅନୁଯାୟୀ, ମଦନପୁର ଗ୍ରାମରେ ଥିବା ନୀଳକଣ୍ଠେଶ୍ୱର ମନ୍ଦିରରେ ଭୋଗ ବା ପ୍ରସାଦ ଖାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବରୁ ତିକ୍ତତା ଲାଗି ରହିଥିଲା। ପବିତ୍ର କାର୍ତ୍ତିକ ମାସ ଆରମ୍ଭରୁ ଏହି ପ୍ରସଙ୍ଗକୁ ନେଇ ଉଭୟ ପକ୍ଷ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା। ସୋମବାର ଦିନ ଏହି ବିବାଦ ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା। ଲୋକେ ଉତ୍‌କ୍ଷିପ୍ତ ହୋଇ ପରସ୍ପରକୁ ପଥର ଏବଂ ଠେଙ୍ଗାରେ ଆକ୍ରମଣ କରିଥିଲେ, ଯାହା ଫଳରେ ଘଟଣାସ୍ଥଳରେ ବ୍ୟାପକ ଉତ୍ତେଜନା ଦେଖାଦେଇଥିଲା। 

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

ଖବର ପାଇ ଇନଫୋଭ୍ୟାଲି ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲା। ଆଇନ ଶୃଙ୍ଖଳା ରକ୍ଷା କରିବା ତଥା ପୁନର୍ବାର ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ ଗ୍ରାମରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଆହୁରି ପଢ଼ନ୍ତୁ: ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ, ପ୍ରତିବାଦରେ ମାଲକାନଗିରି ଥାନାରେ ଉତ୍ତେଜନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର