ବଢ଼ିବ ତାପମାତ୍ରା, ଆସିବ କାଳବୈଶାଖୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଏଣକି ତାପମାତ୍ରା ବୃଦ୍ଧି ପାଇବା ସାଙ୍ଗକୁ ବିଭିନ୍ନ ଜିଲ୍ଲାରେ କାଳବୈଶାଖି ଜନିତ ବର୍ଷା ହେବ। ବୁଧବାର ମୟୂରଭଞ୍ଜ ସମେତ କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆଗକୁ ବି ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ପାଣପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ ଓ ନବରଙ୍ଗପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ଏଣକି ତାପମାତ୍ରା ବୃଦ୍ଧି ପାଇବା ସାଙ୍ଗକୁ ବିଭିନ୍ନ ଜିଲ୍ଲାରେ କାଳବୈଶାଖି ଜନିତ ବର୍ଷା ହେବ। ବୁଧବାର ମୟୂରଭଞ୍ଜ ସମେତ କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆଗକୁ ବି ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ପାଣପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ ଓ ନବରଙ୍ଗପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ହେବାର ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୭ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ଏସ୍‍ଆର୍‍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ୭ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବା ଅନୁଯାୟୀ ୧୮ ତାରିଖରୁ କାଳବୈଶାଖି ବଢ଼ିବ। ରାଜ୍ୟରେ ବର୍ତ୍ତମାନ କାଳବୈଶାଖି ବର୍ଷା ପାଇଁ ପାଗ ଅନୁକୁଳ ହେବାରେ ଲାଗିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। ଶୁକ୍ରବାର ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ସମେତ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ୧୩ ତାରିଖରେ ମଧ୍ୟ ଏହାର ସମ୍ଭାବନା ରହିଛି। ତେବେ ୧୮ ତାରିଖରୁ ଏହା ବୃଦ୍ଧି ପାଇବ। ସେହିପରି ଏଣିତି ତାପମାତ୍ରା ବଢ଼ିବ। ଓଡ଼ିଶା ସମେତ ଉତ୍ତର ଭାରତରେ ବଢ଼ିବା ପରିବର୍ତ୍ତେ କମିଛି। ‘ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ’ ସହିତ ବାୟୁର ଦିଗ ପରିବର୍ତ୍ତନ ହୋଇଥିବାରୁ ଏହି ସ୍ଥିତି ଉପୁଜିଛି। ତେବେ ୧୫ ତାରିଖରୁ ତାପମାତ୍ର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଉଭୟ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଭୁବନେଶ୍ୱରରେ ୧୬ ତାରିଖ ସୁଦ୍ଧା ତାପମାତ୍ରା ପୁଣି ୪୦ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ ପୂର୍ବାନୂମାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର