କଟକରେ ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ଭେଟି ଦେଲେ ୧୫୭୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ

The Sakala Picture
Published On

କଟକ: ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହେଲା ସିଲଭର ସିଟି । କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୧୮ ଲକ୍ଷ ଲୋକ ଉପକୃତ ହେବେ । ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବା ସହ ଜିଲ୍ଲା ପାଇଁ ୧୫୭୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁକ୍ଷେତ୍ରରେ […]

କଟକ: ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହେଲା ସିଲଭର ସିଟି । କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୧୮ ଲକ୍ଷ ଲୋକ ଉପକୃତ ହେବେ । ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବା ସହ ଜିଲ୍ଲା ପାଇଁ ୧୫୭୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ସବୁକ୍ଷେତ୍ରରେ କଟକର ସ୍ୱତନ୍ତ୍ରତା ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ କରିବାକୁ କାମ ଚାଲିଛି । ଖୁବଶୀଘ୍ର ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମାଇଲଷ୍ଟୋନ୍ ହେବ ଏସସିବି । କଟକବାସୀଙ୍କ ପ୍ରିୟ ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ସ୍ଥାପନ କରାଯିବ । ଏହାକୁ ଷ୍ଟେଟ ଅଫ ଦ୍ ଆର୍ଟ ଲାଇବ୍ରେରୀର ମାନ୍ୟତା ଦିଆଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଆଜି ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିଙ୍କ ଗହଣରେ ସ୍ଵାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ଓ ବଡ଼ମ୍ବା-ନରସିଂହପୁର ବିଧାୟକ ଦେବୀ ପ୍ରସାଦ ମିଶ୍ର ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର