ଶେଷ ନିଦ୍ରାରେ ଲତା ମଙ୍ଗେସକର

The Sakala Picture
Published On

ଶେଷ ନିଦ୍ରାରେ ଲତା ମଙ୍ଗେସକର । ୯୩ ବର୍ଷ ବୟସରେ ଆଖି ବୁଜିଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର । କରୋନାରୁ ସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସ୍ପଷ୍ଟ କରିଛନ୍ତି । ସେପଟେ ଲତା ଦିଦିଙ୍କ ଦେହାନ୍ତ ସମଗ୍ର ଦେଶବାସୀଙ୍କୁ ମ୍ରିୟମାଣ କରିଛି । […]

ଶେଷ ନିଦ୍ରାରେ ଲତା ମଙ୍ଗେସକର । ୯୩ ବର୍ଷ ବୟସରେ ଆଖି ବୁଜିଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର । କରୋନାରୁ ସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସ୍ପଷ୍ଟ କରିଛନ୍ତି । ସେପଟେ ଲତା ଦିଦିଙ୍କ ଦେହାନ୍ତ ସମଗ୍ର ଦେଶବାସୀଙ୍କୁ ମ୍ରିୟମାଣ କରିଛି । ତାଙ୍କ ସ୍ୱରରୁ ଫୁଟୁଥିବା ଯାଦୁକରୀ ଗୀତ ଆଉ କାନରେ ବାଜିବ ନାହିଁ । ଆଜିଠାରୁ କୋକିଳକଣ୍ଠୀ ସଙ୍ଗୀତ ଗାନ କରିବେ ନାହିଁ ।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ଓ ତାମିଲନାଡୁରେ ମତଦାନ ଜାରି, ହିଂସା ଓ ଇଭିଏମ୍ ତ୍ରୁଟି ଯୋଗୁଁ କିଛି ସ୍ଥାନରେ ଭୋଟିଂ ବାଧାପ୍ରାପ୍ତ

ଲତା ମଙ୍ଗେସକରଙ୍କ ବିଷୟରେ ଖବର ପାଇଁ ପ୍ରଥମେ ମହାରାଷ୍ଟ୍ର ନବ ନିର୍ମାଣ ସେନା ମୁଖ୍ୟ ରାଜ୍ ଠାକେର ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀକର ସମବେଦନା ଜ୍ଞାପନ କରିଛନ୍ତି । ଦେଶ ଆଜି ଗୋଟେ ଉଜ୍ୱଳ ତାରକା ହରାଇଛି । ଗତ ଜାନୁଆରୀ ୧୧ ତାରିଖରେ ୯୨ ବର୍ଷ ବର୍ଷୀୟ ଲତା ଦିଦିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାୟ ୨୭ ଦିନ ଧରି ସେ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଏହାପରେ ତାଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର ଆସିଥିଲେ । ପରେ ପୁଣି ଥରେ ବିଗିଡିଯାଇଥିଲା ଲତାଙ୍କ ସ୍ୱାସ୍ଥ୍ୟ ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭାରତୀୟ ସଙ୍ଗୀତ ଜଗତରେ ଦିଦିଙ୍କ ଅବଦାନ ସର୍ବାଗ୍ରେ । ଏକ ନୂତନ ଅଧ୍ୟାର ଅୟରାମ୍ଭ ସେ ହିଁ କରିଥିଲେ । ତାଙ୍କର ଯାଦୁଗରୀ ସ୍ୱର ଭାରତ ବାସୀଙ୍କୁ ବିମୋହୀତ କରୁଥିଲା । ଆଉ ସେଥିପାଇଁ ତାଙ୍କ ସମ୍ମାନର ତାଲିକା ମଧ୍ୟ ବେଶ ଲମ୍ବା । ଦାଦା ସାହେବ ଫାଲକେ, ପଦ୍ମ ଭୂଷଣ, ପଦ୍ମଭୂଷଣ ଓ ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନରେ ମଧ୍ୟ ବିଭୂଷିତା ହୋଇଥିଲେ ଲତା ମଙ୍ଗେସକର । କେବଳ ଭାରତ ନୁହେଁ ସମଗ୍ର ବିଶ୍ୱରେ ମଧ୍ୟ ଖ୍ୟାତି ଅର୍ଜନ କରିଛନ୍ତି ସୁର ସାମାଜ୍ଞ୍ରୀ । ଲତା ହିନ୍ଦି, ମରାଠୀ, ବଙ୍ଗଳା, ଓଡ଼ିଆ ସମେତ ଅନେକ ଭାଷାରେ ଗୀତ ଗାଇ କୋଟି କୋଟି ଦର୍ଶଙ୍କ ହୃଦୟ ମଣ୍ଡିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

ଗରିବ ପରିବାରରେ ଜନ୍ମିତ ଲତା ମଙ୍ଗେସକର ଗୀତ ଗାଇ ପରିବାର ଚଳାଉଥିଲେ । ଲତାଙ୍କୁ ମାତ୍ର ୧୩ ବର୍ଷ ହୋଇଥିବା ବେଳେ ପିତା ଦିନାନାଥ ମଙ୍ଗେସକରଙ୍କ ଦେହାନ୍ତ ହୋଇଥିଲା । ୫ବର୍ଷ ବୟସରୁ ଲତା ଯେଉଁ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ସେ ଶେଷରେ ଆଖି ବୁଜିଲେ । ଏହାପରେ ପରିବାରର ପ୍ରତିପୋଷଣର ବୋଝ ତାଙ୍କ ଉପରେ ପଡିଗଲା । ଶେଷରେ ଗୀତ ଗାଇ ଗୁଜୁରାଣ ଚଳାଇବାର ରାସ୍ତାକୁ ବାଛିନେଲେ ଲତା ଦିଦି । ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ । ମରାଠୀ ଚଳଚ୍ଚିତ୍ର ‘କିଟ୍ଟି ହାସଲ’ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ ।

06 Feb 2022 By The Sakala

ଶେଷ ନିଦ୍ରାରେ ଲତା ମଙ୍ଗେସକର

ଶେଷ ନିଦ୍ରାରେ ଲତା ମଙ୍ଗେସକର । ୯୩ ବର୍ଷ ବୟସରେ ଆଖି ବୁଜିଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର । କରୋନାରୁ ସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସ୍ପଷ୍ଟ କରିଛନ୍ତି । ସେପଟେ ଲତା ଦିଦିଙ୍କ ଦେହାନ୍ତ ସମଗ୍ର ଦେଶବାସୀଙ୍କୁ ମ୍ରିୟମାଣ କରିଛି । ତାଙ୍କ ସ୍ୱରରୁ ଫୁଟୁଥିବା ଯାଦୁକରୀ ଗୀତ ଆଉ କାନରେ ବାଜିବ ନାହିଁ । ଆଜିଠାରୁ କୋକିଳକଣ୍ଠୀ ସଙ୍ଗୀତ ଗାନ କରିବେ ନାହିଁ ।

ଲତା ମଙ୍ଗେସକରଙ୍କ ବିଷୟରେ ଖବର ପାଇଁ ପ୍ରଥମେ ମହାରାଷ୍ଟ୍ର ନବ ନିର୍ମାଣ ସେନା ମୁଖ୍ୟ ରାଜ୍ ଠାକେର ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀକର ସମବେଦନା ଜ୍ଞାପନ କରିଛନ୍ତି । ଦେଶ ଆଜି ଗୋଟେ ଉଜ୍ୱଳ ତାରକା ହରାଇଛି । ଗତ ଜାନୁଆରୀ ୧୧ ତାରିଖରେ ୯୨ ବର୍ଷ ବର୍ଷୀୟ ଲତା ଦିଦିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାୟ ୨୭ ଦିନ ଧରି ସେ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଏହାପରେ ତାଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର ଆସିଥିଲେ । ପରେ ପୁଣି ଥରେ ବିଗିଡିଯାଇଥିଲା ଲତାଙ୍କ ସ୍ୱାସ୍ଥ୍ୟ ।

ଭାରତୀୟ ସଙ୍ଗୀତ ଜଗତରେ ଦିଦିଙ୍କ ଅବଦାନ ସର୍ବାଗ୍ରେ । ଏକ ନୂତନ ଅଧ୍ୟାର ଅୟରାମ୍ଭ ସେ ହିଁ କରିଥିଲେ । ତାଙ୍କର ଯାଦୁଗରୀ ସ୍ୱର ଭାରତ ବାସୀଙ୍କୁ ବିମୋହୀତ କରୁଥିଲା । ଆଉ ସେଥିପାଇଁ ତାଙ୍କ ସମ୍ମାନର ତାଲିକା ମଧ୍ୟ ବେଶ ଲମ୍ବା । ଦାଦା ସାହେବ ଫାଲକେ, ପଦ୍ମ ଭୂଷଣ, ପଦ୍ମଭୂଷଣ ଓ ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନରେ ମଧ୍ୟ ବିଭୂଷିତା ହୋଇଥିଲେ ଲତା ମଙ୍ଗେସକର । କେବଳ ଭାରତ ନୁହେଁ ସମଗ୍ର ବିଶ୍ୱରେ ମଧ୍ୟ ଖ୍ୟାତି ଅର୍ଜନ କରିଛନ୍ତି ସୁର ସାମାଜ୍ଞ୍ରୀ । ଲତା ହିନ୍ଦି, ମରାଠୀ, ବଙ୍ଗଳା, ଓଡ଼ିଆ ସମେତ ଅନେକ ଭାଷାରେ ଗୀତ ଗାଇ କୋଟି କୋଟି ଦର୍ଶଙ୍କ ହୃଦୟ ମଣ୍ଡିତ କରିଛନ୍ତି ।

ଗରିବ ପରିବାରରେ ଜନ୍ମିତ ଲତା ମଙ୍ଗେସକର ଗୀତ ଗାଇ ପରିବାର ଚଳାଉଥିଲେ । ଲତାଙ୍କୁ ମାତ୍ର ୧୩ ବର୍ଷ ହୋଇଥିବା ବେଳେ ପିତା ଦିନାନାଥ ମଙ୍ଗେସକରଙ୍କ ଦେହାନ୍ତ ହୋଇଥିଲା । ୫ବର୍ଷ ବୟସରୁ ଲତା ଯେଉଁ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ସେ ଶେଷରେ ଆଖି ବୁଜିଲେ । ଏହାପରେ ପରିବାରର ପ୍ରତିପୋଷଣର ବୋଝ ତାଙ୍କ ଉପରେ ପଡିଗଲା । ଶେଷରେ ଗୀତ ଗାଇ ଗୁଜୁରାଣ ଚଳାଇବାର ରାସ୍ତାକୁ ବାଛିନେଲେ ଲତା ଦିଦି । ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ । ମରାଠୀ ଚଳଚ୍ଚିତ୍ର ‘କିଟ୍ଟି ହାସଲ’ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର