ବ୍ୟାଙ୍କ ଧର୍ମଘଟ ସ୍ଥଗିତ : ୨୪, ୨୫ ତାରିଖରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରଖିଲା UFBU

The Sakala Picture
Published On

ଭୁବନେଶ୍ବର : ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ। ମାର୍ଚ୍ଚ ୨୪ ଓ ୨୫ ତାରିଖରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଛି। ୯ ଦଫା ଦାବିରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (UFBU) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଥିଲା। ଆଜି ଶ୍ରମ କମିଶନରଙ୍କ ସହ ଆଲୋଚନା ପରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରଖାଯାଇଥିବା ନେଇ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ୯ ଦଫା ଦାବିରେ ୟୁନାଇଟେଡ ଫୋରମ […]

ଭୁବନେଶ୍ବର : ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ। ମାର୍ଚ୍ଚ ୨୪ ଓ ୨୫ ତାରିଖରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଛି। ୯ ଦଫା ଦାବିରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (UFBU) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଥିଲା। ଆଜି ଶ୍ରମ କମିଶନରଙ୍କ ସହ ଆଲୋଚନା ପରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରଖାଯାଇଥିବା ନେଇ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସୂଚନାଯୋଗ୍ୟ ୯ ଦଫା ଦାବିରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ଦିଆଯାଇଥିବା ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟରେ ୬ ହଜାର ବ୍ୟାଙ୍କ୍‌ ଶାଖାର ୩୭ ହଜାର କର୍ମଚାରୀ ସାମିଲ ହୋଇଥାନ୍ତେ। ବ୍ୟାଙ୍କିଂ କ୍ଷେତ୍ରରେ ସପ୍ତାହରେ ୫ ଦିନ କାର୍ଯ୍ୟ ପାଇଁ ଦାବି ସହ ସମସ୍ତ କ୍ୟାଡରରେ ପର୍ଯ୍ୟାପ୍ତ ନିଯୁକ୍ତି ଓ ଅସ୍ଥାୟୀ କର୍ମଚାରୀଙ୍କ ନିଯୁକ୍ତିକୁ ନିୟମିତ କରିବାକୁ ଦାବି ନେଇ ଏହି ଧର୍ମଘଟ ହେବାର ଥିଲା। ଯଦି ମାର୍ଚ୍ଚ ୨୪ ଓ ୨୫ ତାରିଖ ଧର୍ମଘଟ ହୋଇଥାନ୍ତା, ତାହା ହେଲେ ମୋଟ ୪ ଦିନ ବ୍ୟାଙ୍କ୍‌ ବନ୍ଦ ରହିଥାନ୍ତା। କାରଣ ମାର୍ଚ୍ଚ ୨୨ ଓ ୨୩ ତାରିଖ ଯଥାକ୍ରମେ ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଏଣୁ ଲଗାତର ୪ ଦିନ ବ୍ୟାଙ୍କ ଛୁଟି ରହିଲେ, ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥାନ୍ତେ। ତେବେ ଆଜି ଶ୍ରମ କମିଶନରଙ୍କ ସହ ଆଲୋଚନା ପରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ଧର୍ମଘଟକୁ ସ୍ଥଗିତ ରଖିଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର