୮୨ ବର୍ଷରେ ପାଦ ଥାପିଲେ ବଲିଉଡର ଶେହନଶା ଅମିତାଭ ବଚ୍ଚନ
ମୁମ୍ବାଇ: ଅମିତାଭ ବଚ୍ଚନ । କେବଳ ନାଁ ହିଁ ଯଥେଷ୍ଟ । ଆଜି ବଲିଉଡ ସୁପରଷ୍ଟାର ତଥା ଭେଟେରାନ ଆକ୍ଟର ଅମିତାଭ ବଚ୍ଚନଙ୍କ ଜନ୍ମଦିନ । ୮୨ ବର୍ଷରେ ପାଦ ଦେଇଛନ୍ତି ବିଗ ବି ଅମିତାଭ। ବିଗ୍ ବି’ଙ୍କୁ ତାଙ୍କ ଜନ୍ମଦିନ ଅବସରରେ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ। ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଅମିତାଭ । ସଂଘର୍ଷ, ଉତଥାନ ପତ୍ତନ ଦେଇ ସଫଳତାର ଶୀର୍ଷରେ ପହଞ୍ଚିଥିବା ମହାନାୟକ ହେଉଛନ୍ତି […]
ମୁମ୍ବାଇ: ଅମିତାଭ ବଚ୍ଚନ । କେବଳ ନାଁ ହିଁ ଯଥେଷ୍ଟ । ଆଜି ବଲିଉଡ ସୁପରଷ୍ଟାର ତଥା ଭେଟେରାନ ଆକ୍ଟର ଅମିତାଭ ବଚ୍ଚନଙ୍କ ଜନ୍ମଦିନ । ୮୨ ବର୍ଷରେ ପାଦ ଦେଇଛନ୍ତି ବିଗ ବି ଅମିତାଭ। ବିଗ୍ ବି’ଙ୍କୁ ତାଙ୍କ ଜନ୍ମଦିନ ଅବସରରେ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ। ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଅମିତାଭ । ସଂଘର୍ଷ, ଉତଥାନ ପତ୍ତନ ଦେଇ ସଫଳତାର ଶୀର୍ଷରେ ପହଞ୍ଚିଥିବା ମହାନାୟକ ହେଉଛନ୍ତି ବଲିଉଡର ଶେହନଶା ଅମିତାଭ ବଚ୍ଚନ ।
ଶତାବ୍ଦିର ଏହି ମହାନାୟକଙ୍କ ସଫଳତାକୁ ତ ସମସ୍ତେ ଜାଣନ୍ତି ହେଲେ ଏହି ସଫଳତା ପଛରେ ଥିବା ଅଦେଖା ସଂଘର୍ଷ କାହାଣୀକୁ କିନ୍ତୁ ଖୁବ୍ କମ୍ ଲୋକ ଜାଣନ୍ତି । ୧୯୬୯ରେ ରିଲିଜ ଫିଲ୍ମ ସାତ ହିନ୍ଦୁସ୍ତାନୀରୁ ଆରମ୍ଭ କରିଥିଲେ ଅଭିନୟ ଜୀବନ । ତାପରେ ୨-୩ ଫ୍ଲପ୍ ସିନେମାରେ ନଜର ଆସିଥିଲେ । କାମ ପାଇ ନଥିଲେ ଅମିତାଭ । ଯେତେବେଳେ ବୟସ ୩୦ ହୋଇଥିଲା ସେତେବେଳକୁ ୧୨ଟି ଫିଲ୍ମରେ ଅଭିନୟ କରିଥିଲେ । ସେଥିରୁ ହିଟ୍ ହୋଇଥିଲା ମାତ୍ର ୨ଟି । ଗୋଟିଏ ବମ୍ବେ ଟୁ ଗୋଆ ଓ ଅନ୍ୟଟି ଆନନ୍ଦ । ଫିଲ୍ମ ଆନନ୍ଦରେ ତତ୍କାଳୀନ ସୁପରଷ୍ଟାର ରାଜେଶ ଖନ୍ନାଙ୍କ ସହ ସେ ଅଭିନୟ କରିଥିଲେ । ଏହି ଫିଲ୍ମ ପାଇଁ ତାଙ୍କୁ ମିଳିଥିଲା ଫିଲ୍ମ ଫେୟାର ଆଓ୍ଵାର୍ଡ । ଆନନ୍ଦ ପରେ ତାଙ୍କ ଅଭିନୀତ ବମ୍ବେ ଟୁ ଗୋଆକୁ ପସନ୍ଦ କରିଥିଲେ ଦର୍ଶକ । ୧୯୭୩ରେ ରିଲିଜ ଫିଲ୍ମ ଜଞ୍ଜିରରୁ ସଫଳତାର ସିଡି ଚଢ଼ିଥିଲେ ବିଗ୍ ବି । ନିର୍ଦ୍ଦେଶକ ପ୍ରକାଶ ମେହେରାଙ୍କ କ୍ରାଇମ୍ ଥ୍ରୀଲର୍ ଜଞ୍ଜିର ସିନେମାରେ ପୋଲିସ ଇନିସପେକ୍ଟର ବିଜୟ ଭୂମିକାରେ ଅଭିନୟ କରି ବଲିଉଡରେ ଆଙ୍ଗ୍ରି ୟଙ୍ଗମ୍ୟାନ୍ ଧାରା ସୃଷ୍ଟି କରିଥିଲେ । ରାତାରାତି ପାଲଟିଗଲେ ସୁପରଷ୍ଟାର୍ । ଜଞ୍ଜିର ପରେ ଆଉ ପଛକୁ ଫେରି ନାହାନ୍ତି ଅମିତାଭ ବଚ୍ଚନ । ବଲିଉଡକୁ ଦେଇ ଚାଲିଲେ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ।