ବିଶ୍ଵ ଧନୀ ତାଲିକାରେ ୭ମ ସ୍ଥାନକୁ ଖସିଲେ ଶିଳ୍ପପତି ଗୌତମ ଆଦାନୀ

The Sakala Picture
Published On

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି । ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର […]

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି ।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଥିଲେ । ଫୋର୍ବସ ଡାଟା ଅନୁଯାୟୀ ଜାନୁଆରୀ ୨୦୨୩ ସୁଦ୍ଧା ତାଙ୍କ ମୋଟ ସଂପତ୍ତିର ପରିମାଣରେ ଶତକଡ଼ା ୧୯ ଭାଗ ହ୍ରାସ ପାଇଛି । ଆଦାନୀ ଏବେ ଧନୀ ତାଲିକାର ୭ ନମ୍ବର ସ୍ଥାନକୁ ଖସିବା ପରେ ଧନୀ ତାଲିକାରେ ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ତଳକୁ ଖସି ଆସିଛନ୍ତି । ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି । କଂପାନୀର ସେୟାର ମୂଲ୍ୟ ହ୍ରାସ ପାଇବା ପରେ ଏଭଳି ବିପର୍ଯ୍ୟୟ ଘଟିଥିବା କୁହାଯାଉଛି । ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟରେ ଆଦାନୀ ଗ୍ରୁପର ସେୟାର ପ୍ରାଇସରେ ହେରଫେର, ସେଲ୍ କମ୍ପାନୀରେ କାରବାର, ଆକାଉଣ୍ଟରେ ଅନିୟମିତତା ଭଳି ସାଂଘାତିକ ଅଭିଯୋଗ ରହିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

ପୂର୍ବରୁ ବିଶ୍ୱର ଧନୀ ତାଲିକାରେ ଆଦାନୀ ଦ୍ରୁତ ଗତିରେ ଉପରକୁ ଉଠୁଥିଲେ । ଗତବର୍ଷ ସେପ୍ଟେମ୍ବରରେ ସେ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମାନ୍ୟତା ପାଇଥିଲେ।ଏପ୍ରିଲରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ତାଙ୍କର ନେଟ ୱର୍ଥ ୧୦୦ ବିଲିୟନ ଡଲାର ଟପିଥିଲା । ପରେ ସେ ବିଲ୍‌ ଗେଟ୍ସଙ୍କୁ ପଛରେ ପକାଇ ୪ର୍ଥ ସ୍ଥାନରେ ରହିବା ପରେ ଅଗଷ୍ଟରେ ୩ୟ ସ୍ଥାନକୁ ଉଠିଥିଲେ ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

28 Jan 2023 By The Sakala

ବିଶ୍ଵ ଧନୀ ତାଲିକାରେ ୭ମ ସ୍ଥାନକୁ ଖସିଲେ ଶିଳ୍ପପତି ଗୌତମ ଆଦାନୀ

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି ।

ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଥିଲେ । ଫୋର୍ବସ ଡାଟା ଅନୁଯାୟୀ ଜାନୁଆରୀ ୨୦୨୩ ସୁଦ୍ଧା ତାଙ୍କ ମୋଟ ସଂପତ୍ତିର ପରିମାଣରେ ଶତକଡ଼ା ୧୯ ଭାଗ ହ୍ରାସ ପାଇଛି । ଆଦାନୀ ଏବେ ଧନୀ ତାଲିକାର ୭ ନମ୍ବର ସ୍ଥାନକୁ ଖସିବା ପରେ ଧନୀ ତାଲିକାରେ ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ତଳକୁ ଖସି ଆସିଛନ୍ତି । ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି । କଂପାନୀର ସେୟାର ମୂଲ୍ୟ ହ୍ରାସ ପାଇବା ପରେ ଏଭଳି ବିପର୍ଯ୍ୟୟ ଘଟିଥିବା କୁହାଯାଉଛି । ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟରେ ଆଦାନୀ ଗ୍ରୁପର ସେୟାର ପ୍ରାଇସରେ ହେରଫେର, ସେଲ୍ କମ୍ପାନୀରେ କାରବାର, ଆକାଉଣ୍ଟରେ ଅନିୟମିତତା ଭଳି ସାଂଘାତିକ ଅଭିଯୋଗ ରହିଛି ।

ପୂର୍ବରୁ ବିଶ୍ୱର ଧନୀ ତାଲିକାରେ ଆଦାନୀ ଦ୍ରୁତ ଗତିରେ ଉପରକୁ ଉଠୁଥିଲେ । ଗତବର୍ଷ ସେପ୍ଟେମ୍ବରରେ ସେ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମାନ୍ୟତା ପାଇଥିଲେ।ଏପ୍ରିଲରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ତାଙ୍କର ନେଟ ୱର୍ଥ ୧୦୦ ବିଲିୟନ ଡଲାର ଟପିଥିଲା । ପରେ ସେ ବିଲ୍‌ ଗେଟ୍ସଙ୍କୁ ପଛରେ ପକାଇ ୪ର୍ଥ ସ୍ଥାନରେ ରହିବା ପରେ ଅଗଷ୍ଟରେ ୩ୟ ସ୍ଥାନକୁ ଉଠିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର