ମିଶନ ଶକ୍ତିକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ବକ୍ତବ୍ୟ ନିର୍ବୋଧତାର ପରିଚୟ, କଡ଼ା ସମାଲୋଚନା କଲା ବିଜେଡି

The Sakala Picture
Published On

ଭୁବନେଶ୍ୱର : ଆଠଗଡ଼ରେ ଅନୁଷ୍ଠିତ ଏକ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେଡି । ଶ୍ରୀ ପ୍ରଧାନ ଆଠଗଡରେ ଯେଉଁ ଅଭିଭାଷଣ ରଖିଲେ ସେଥିରୁ ତାଙ୍କର ନିର୍ବୋଧତା ପଦାରେ ପଡିଛି । ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା ବୋଲି କେନ୍ଦ୍ରମନ୍ତ୍ରୀ କହୁଛନ୍ତି । ଏହା ସମ୍ପୂର୍ଣ୍ଣ ମିଛ ଏବଂ ଦୁର୍ଭାଗ୍ୟଜନକ କଥା ବୋଲି ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି । ଶ୍ରୀମତୀ ସାହୁ କହିଛନ୍ତି […]

ଭୁବନେଶ୍ୱର : ଆଠଗଡ଼ରେ ଅନୁଷ୍ଠିତ ଏକ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେଡି । ଶ୍ରୀ ପ୍ରଧାନ ଆଠଗଡରେ ଯେଉଁ ଅଭିଭାଷଣ ରଖିଲେ ସେଥିରୁ ତାଙ୍କର ନିର୍ବୋଧତା ପଦାରେ ପଡିଛି । ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା ବୋଲି କେନ୍ଦ୍ରମନ୍ତ୍ରୀ କହୁଛନ୍ତି । ଏହା ସମ୍ପୂର୍ଣ୍ଣ ମିଛ ଏବଂ ଦୁର୍ଭାଗ୍ୟଜନକ କଥା ବୋଲି ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଋଷିଆରେ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ! ହଷ୍ଟେଲରେ ପଶି ଛୁରାମାଡ଼

ଶ୍ରୀମତୀ ସାହୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଭଳି ବିଭ୍ରାନ୍ତିକର ତଥ୍ୟ ଦେଇ ଶ୍ରୀଯୁକ୍ତ ପ୍ରଧାନ ରାଜ୍ୟର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ମାନଙ୍କୁ ଅପମାନିତ କରିଛନ୍ତି । ଯେଉଁ ମା’ ମାନେ ଗଛ ତଳେ ବସି, ମୁଠି ଚାଉଳ ଦେଇ ଏହାକୁ ଗଢିଛନ୍ତି, ତାଙ୍କ କାର୍ଯ୍ୟ ବିଷୟରେ ନଜାଣି ବକ୍ତବ୍ୟ ଦେବା ସେମାନଙ୍କ ପ୍ରତି ଅପମାନ ଓ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା ।

ଆହୁରି ପଢ଼ନ୍ତୁ: ଆମେରିକା ସହ ‘ଜିରୋ ଟାରିଫ୍’ ଚୁକ୍ତି: ଭାରତର ଚାଷୀ ଓ କୃଷିଶିଳ୍ପ ପ୍ରତି ବିପଦ

କେନ୍ଦ୍ରମନ୍ତ୍ରୀ ଆଠଗଡ ନିର୍ବାଚନ ମଣ୍ଡଳୀ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥର ଶୋଚନୀୟ ଅବସ୍ଥାକୁ ସୁଧାରିବାକୁ କଣ କରିଛନ୍ତି ଏବଂ ୯ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ ସମୟରେ କଣ ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଆଠଗଡବାସୀଙ୍କୁ କହିଥିଲେ ଭଲ ହୋଇଥାନ୍ତା । କାରଣ ଖାଲି ଆଠଗଡବାସୀ ନୁହଁନ୍ତି, ସାରା ଓଡ଼ିଶାବାସୀ ଜାଣିବାକୁ ଚାହୁଁଛନ୍ତି କାହିଁକି ଏନଏଚ-୫୫ ମରଣଯନ୍ତା ହେଲା ପରେ ମଧ୍ୟ ସେ ଚୁପ୍‌ ହୋଇ ରହିଛନ୍ତି । ସେହିଭଳି ଓଡ଼ିଶାର ବିଜେପି ସାଂସଦମାନେ ଷଡ଼ଯନ୍ତ୍ର କରି ଗରିବ ଆଦିବାସୀଙ୍କୁ ମିଳିବାକୁ ଥିବା ଘର ବନ୍ଦ କରିଦେଲେ । ଆଜିର ସଭାରେ ଶ୍ରୀଯୁକ୍ତ ପ୍ରଧାନ ଏ ବାବଦରେ ପଦୁଟିଏ ମଧ୍ୟ ଉଲ୍ଲେଖ କଲେନାହିଁ । ସାଢେ଼ ୪ କୋଟି ଓଡ଼ିଶାବାସୀଙ୍କ ସାମ୍ନାରେ ଏଭଳି ଅବିଚାର ନେଇ ବକ୍ତବ୍ୟ ରଖିଥିଲେ ଭଲ ହୋଇଥାନ୍ତା ।

ଆହୁରି ପଢ଼ନ୍ତୁ: ପାର୍ଶଲରେ ଲାପଟପ୍ ବଦଳରେ ଆସିଲା ମାର୍ବଲ, ଇ-କମର୍ସ ସଂସ୍ଥାକୁ ୯୦ ହଜାର ଟଙ୍କା ଫାଇନ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଆପଣ ଦାୟିତ୍ୱ ତୁଲାଉଛନ୍ତି । ଆଠଗଡ ଗସ୍ତ ସମୟରେ ଜବାହର ନବୋଦୟ ବିଦ୍ୟାଳୟ ଅଥବା କେନ୍ଦ୍ରୀୟ ବିଦ୍ୟାଳୟ ନେଇ ଶିଳାନ୍ୟାସ କରିଥିଲେ ଆଠଗଡବାସୀ ଉପକୃତ ହୋଇଥାନ୍ତେ । ଶିକ୍ଷାମନ୍ତ୍ରୀ ଭାବେ ଓଡ଼ିଶାର ବିଭିନ୍ନ ସ୍ଥାନ ବୁଲୁଛନ୍ତି । କେତେ କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହର ନବୋଦୟ ବିଦ୍ୟାଳୟ ପାଇଁ ଆପଣ କି ପଦକ୍ଷେପ ନେଇଛନ୍ତି ସେନେଇ ଆପଣ ତଥ୍ୟ ଦିଅନ୍ତୁ । ସଭାରେ ବିଭ୍ରାନ୍ତିକର ତଥ୍ୟ ଦେବା ବଦଳରେ ଏସବୁର ହିସାବ ଦେଇଥିଲେ ଭଲ ହୋଇଥାନ୍ତା ବୋଲି ଶ୍ରୀମତୀ ସାହୁ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp