ଆଜି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଜେଡି ବିଧାୟକ ଦଳ ବୈଠକ

The Sakala Picture
Published On

ଭୁବନେଶ୍ବର : ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନରେ ବସିବାକୁ ଥିବା ବୈଠକରେ ବିଜେଡି ବିଧାୟକ ଦଳ ନେତା ବଛାଯିବା ସହ ଆଗାମୀ ଦିନର ରାଜନୈତିକ ଏଜେଣ୍ତା ପ୍ରସ୍ତୁତ କରାଯିବ । ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ ଭୂମିକାରେ ରହିବ । ରାଜ୍ୟସ୍ବାର୍ଥ ସମ୍ପର୍କିତ ବହୁ ପ୍ରସଙ୍ଗରେ ଦଳ ଶାଣିତ […]

ଭୁବନେଶ୍ବର : ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନରେ ବସିବାକୁ ଥିବା ବୈଠକରେ ବିଜେଡି ବିଧାୟକ ଦଳ ନେତା ବଛାଯିବା ସହ ଆଗାମୀ ଦିନର ରାଜନୈତିକ ଏଜେଣ୍ତା ପ୍ରସ୍ତୁତ କରାଯିବ । ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ ଭୂମିକାରେ ରହିବ ।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ରାଜ୍ୟସ୍ବାର୍ଥ ସମ୍ପର୍କିତ ବହୁ ପ୍ରସଙ୍ଗରେ ଦଳ ଶାଣିତ ସ୍ବର ଉଠାଇବା ସହ ୨୪ ବର୍ଷର ବିଜେଡି ଶାସନରେ ଯେଉଁ ବିକାଶ ହୋଇଛି ତାହାକୁ ନୂଆ ସରକାର କିପରି ଆଗେଇ ନେବେ ତାହା ଉପରେ ଦଳ ଫୋକସ କରିବ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବାକୁ ବିଜେଡିର ଅଧିକାଂଶ ନବ ନିର୍ବାଚିତ ବିଧାୟକ ପ୍ରସ୍ତାବ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

୨୪ ବର୍ଷ ଧରି ଓଡ଼ିଶାର ନେତୃ୍ତ୍ବ ନେଇ ନବୀନ ବିକାଶ ପାଇଁ ଓଡ଼ିଶାକୁ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି । ତାଙ୍କର ଅଭିଜ୍ଞତା ଓ ଅନୁଭୂତି ଗୃହରେ ବିରୋଧୀ ଦଳ ନେତା ଭାବେ ବେଶ ସହାୟକ ହେବ । ନବୀନ ପଟ୍ଟନାୟକ ବିଜେଡିର ସବୋର୍ଚ୍ଚ ନେତା ଥିଲେ , ଅଛନ୍ତି ଓ ରହିବେ ବୋଲି ବରିଷ୍ଠ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ବିଜେଡି ବିଧାୟକ ଦଳ ବୈଠକରେ ନବୀନ ହିଁ ଗୃହର ନେତାଭାବେ ନିର୍ବାଚିତ ହେବେ ବୋଲି ଦଳୀୟ ନେତା କହିଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରକୃତି ସଂରକ୍ଷଣ ଦିବସରେ ‘ସକାଳ’ର ସବୁଜ ଅଭିଯାନ: ରାଜ୍ୟର ବିଭିନ୍ନ ସହରରେ ମାଗଣାରେ ଗଛ ଚାରା ବଣ୍ଟନ

ସେହିପରି କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ତାହାକୁ ନେଇ ମଧ୍ୟ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ଦଳର ଦୁଇ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ଓ ରାମଚନ୍ଦ୍ର କାଡ଼ାମଙ୍କ ନାଁ ଏହି ରେସରେ ଆଗରେ ରହିଛି । ତେବେ ଦଳୀୟ ହାଇକମାଣ୍ଡ ଯାହାକୁ ମନୋନୀତ କରିବେ ସମସ୍ତେ ଏକହୋଇ କାମ କରିବେ ବୋଲି କହିଛନ୍ତି ।

19 Jun 2024 By The Sakala

ଆଜି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର : ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନରେ ବସିବାକୁ ଥିବା ବୈଠକରେ ବିଜେଡି ବିଧାୟକ ଦଳ ନେତା ବଛାଯିବା ସହ ଆଗାମୀ ଦିନର ରାଜନୈତିକ ଏଜେଣ୍ତା ପ୍ରସ୍ତୁତ କରାଯିବ । ପ୍ରଥମ ଥର ବିଜେଡି ୫୧ ଜଣ ବିଧାୟକଙ୍କୁ ନେଇ ମୁଖ୍ୟ ବିରୋଧୀ ଦଳ ଭୂମିକାରେ ରହିବ ।

ରାଜ୍ୟସ୍ବାର୍ଥ ସମ୍ପର୍କିତ ବହୁ ପ୍ରସଙ୍ଗରେ ଦଳ ଶାଣିତ ସ୍ବର ଉଠାଇବା ସହ ୨୪ ବର୍ଷର ବିଜେଡି ଶାସନରେ ଯେଉଁ ବିକାଶ ହୋଇଛି ତାହାକୁ ନୂଆ ସରକାର କିପରି ଆଗେଇ ନେବେ ତାହା ଉପରେ ଦଳ ଫୋକସ କରିବ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବାକୁ ବିଜେଡିର ଅଧିକାଂଶ ନବ ନିର୍ବାଚିତ ବିଧାୟକ ପ୍ରସ୍ତାବ ଦେଇଛନ୍ତି ।

୨୪ ବର୍ଷ ଧରି ଓଡ଼ିଶାର ନେତୃ୍ତ୍ବ ନେଇ ନବୀନ ବିକାଶ ପାଇଁ ଓଡ଼ିଶାକୁ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି । ତାଙ୍କର ଅଭିଜ୍ଞତା ଓ ଅନୁଭୂତି ଗୃହରେ ବିରୋଧୀ ଦଳ ନେତା ଭାବେ ବେଶ ସହାୟକ ହେବ । ନବୀନ ପଟ୍ଟନାୟକ ବିଜେଡିର ସବୋର୍ଚ୍ଚ ନେତା ଥିଲେ , ଅଛନ୍ତି ଓ ରହିବେ ବୋଲି ବରିଷ୍ଠ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ବିଜେଡି ବିଧାୟକ ଦଳ ବୈଠକରେ ନବୀନ ହିଁ ଗୃହର ନେତାଭାବେ ନିର୍ବାଚିତ ହେବେ ବୋଲି ଦଳୀୟ ନେତା କହିଛନ୍ତି ।

ସେହିପରି କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ତାହାକୁ ନେଇ ମଧ୍ୟ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ଦଳର ଦୁଇ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ଓ ରାମଚନ୍ଦ୍ର କାଡ଼ାମଙ୍କ ନାଁ ଏହି ରେସରେ ଆଗରେ ରହିଛି । ତେବେ ଦଳୀୟ ହାଇକମାଣ୍ଡ ଯାହାକୁ ମନୋନୀତ କରିବେ ସମସ୍ତେ ଏକହୋଇ କାମ କରିବେ ବୋଲି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର