ଚାପରେ ମୁଣ୍ଡ ନୁଆଇଁ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଲେ: ବିଜେଡି

The Sakala Picture
Published On

ଭୁବନେଶ୍ୱର : ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତୃମଣ୍ଡଳୀ ପ୍ରକାଶ କରିଛନ୍ତି। ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଏହି ଘଟଣାରେ […]

ଭୁବନେଶ୍ୱର : ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତୃମଣ୍ଡଳୀ ପ୍ରକାଶ କରିଛନ୍ତି। ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଏହି ଘଟଣାରେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନ୍ୟାୟାଳୟର ତତ୍ତ୍ୱାବଧାନରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ଏହି ଲଜ୍ଜାଜନକ ଘଟଣାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ବିଜୁ ଜନତା ଦଳ ହରତାଳର ଡାକରା ଦେଇଥିଲା। ଯେହେତୁ ସରକାର ଗତକାଲି ବିଳମ୍ୱିତ ରାତିରେ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି, ଆମ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରାକୁ ଆମେ ସାମୟିକ ଭାବେ ପ୍ରତ୍ୟାହାର କରୁଛୁ। ବିଜୁ ଜନତା ଦଳ ଗୋଟିଏ ଦାୟିତ୍ୱସମ୍ପନ୍ନ ରାଜନୈତିକ ଦଳ ଏବଂ ନିହାତି ଆବଶ୍ୟକ ନ ହେଲେ ଆମେ ହରତାଳ କରି ଜନ ସାଧାରଣଙ୍କୁ ହଇରାଣ କରିବାକୁ ଉଚିତ ମନେ କରୁନାହୁଁ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଟ୍ରଲର ବୁଡ଼ି ୯ ମତ୍ସ୍ୟଜୀବୀଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଅରୁଣ ସାହୁ କହିଥିଲେ, ଏହି ଲଜ୍ଜାଜନକ ଘଟଣା ସେପ୍ଟେମ୍ୱର ୧୪ ତାରିଖରେ ଘଟିଥିଲେ ହେଁ ୧୮ ତାରିଖରେ ଉଚ୍ଚ ନ୍ୟାୟାଳୟ ମେଜରଙ୍କ ବାନ୍ଧବୀଙ୍କୁ ଜାମିନ ପ୍ରଦାନ କରିବା ପରେ ଲୋକଲୋଚନକୁ ଆସିଥିଲା। ୧୭ ତାରିଖରେ ଭୁବନେଶ୍ୱରର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀ ଗଣମାଧ୍ୟମରେ ଭରତପୁର ଥାନା ଘଟଣାରେ ପୋଲିସ ସପକ୍ଷରେ ଯୁକ୍ତି ବାଢିଥିଲେ। ୧୮ ତାରିଖରେ ଘଟଣା ଲୋକଲୋଚକୁ ଆସିବା ପରେ ସରକାର ସେହି ଥାନାର ପାଞ୍ଚ ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ୱିତ କରିଥିଲେ ଯାହାର ଅର୍ଥ ହେଉଛି ଏହି ଘଟଣାରେ ପୋଲିସର ଭୂମିକା ସନ୍ଦେହ ଘେରରେ ଥିଲା। ଏହି ସମ୍ୱେଦନଶୀଳ ଘଟଣାରେ ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକ ବିଚାର ବିଭଗୀୟ ତଦନ୍ତ ଓ ଏସଆଇଟି ଗଠନର ଦୃଢ଼ ଦାବି କରିଥିଲେ। ବିଜୁ ମହିଳା ଜନତା ଦଳ ରାଜଭବନ ସମ୍ମୁଖରେ ଏକ ଗଣଧାରଣା ଦେବା ସହ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହି ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରିବାରେ ସରକାରଙ୍କ ଟାଳଟୁଳ ନୀତି ଯୋଗୁଁ ବିଜୁ ଜନତା ଦଳ ପକ୍ଷରୁ ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରା ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ପବିତ୍ର ନବଯୌବନ ଦର୍ଶନ, ଦୀର୍ଘ ୧୪ ଦିନ ପରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଦର୍ଶନ କରିବେ ଶ୍ରଦ୍ଧାଳୁ

ଏହି ଘଟଣାରେ ରାଜ୍ୟ ତଥା ଦେଶର ବିଭିନ୍ନ ବର୍ଗରୁ ତୀବ୍ର ପ୍ରତିକ୍ରିୟା ପାଇଥିବା ବେଳେ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସରକାର ଚାପରେ ବଶବର୍ତ୍ତୀ ହୋଇଥିଲେ ଏବଂ ଶେଷରେ ଚାପ ଆଗରେ ମୁଣ୍ଡ ନୁଆଇଁ ବିଚାର ବିଭାଗୀୟ ତଦନ୍ତର ନିର୍ଦେଶ ଦେଇଛନ୍ତି ବୋଲି ଶ୍ରୀ ସାହୁ କହିଥିଲେ। ସରକାର ଆମ ଦାବି ମାନି ନେଇଥିବାରୁ ଆମେ ହରତାଳ ଡାକରାକୁ ସାମୟିକ ଭାବେ ପ୍ରତ୍ୟାହାର କରୁଛୁ। କିନ୍ତୁ ଆମେ ଘଟଣା ଉପରେ ତୀକ୍ଷ୍‌ଣ ନଜର ରଖିଛୁ ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନରେ ଅବହେଳା ହେଲେ ଆମେ ପୁଣି ସ୍ୱର ଉତ୍ତୋଳନ କରିବୁ ବୋଲି ଶ୍ରୀ ସାହୁ କହିଥିଲେ। ଏହି ସାମ୍ୱାଦିକ ସମ୍ମିଳନୀରେ ବିଧାୟକ  ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଉପସ୍ଥିତ ରହି ନିଜର ମତ ରଖିଥିଲେ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ବଡ଼ଦାଣ୍ଡରେ ରଥାରୁଢ଼ ହେବେ ଚତୁର୍ଦ୍ଧାମୂରତି, ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ

23 Sep 2024 By The Sakala

ଚାପରେ ମୁଣ୍ଡ ନୁଆଇଁ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଲେ: ବିଜେଡି

ଭୁବନେଶ୍ୱର : ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତୃମଣ୍ଡଳୀ ପ୍ରକାଶ କରିଛନ୍ତି। ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଏହି ଘଟଣାରେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନ୍ୟାୟାଳୟର ତତ୍ତ୍ୱାବଧାନରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ଏହି ଲଜ୍ଜାଜନକ ଘଟଣାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ବିଜୁ ଜନତା ଦଳ ହରତାଳର ଡାକରା ଦେଇଥିଲା। ଯେହେତୁ ସରକାର ଗତକାଲି ବିଳମ୍ୱିତ ରାତିରେ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି, ଆମ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରାକୁ ଆମେ ସାମୟିକ ଭାବେ ପ୍ରତ୍ୟାହାର କରୁଛୁ। ବିଜୁ ଜନତା ଦଳ ଗୋଟିଏ ଦାୟିତ୍ୱସମ୍ପନ୍ନ ରାଜନୈତିକ ଦଳ ଏବଂ ନିହାତି ଆବଶ୍ୟକ ନ ହେଲେ ଆମେ ହରତାଳ କରି ଜନ ସାଧାରଣଙ୍କୁ ହଇରାଣ କରିବାକୁ ଉଚିତ ମନେ କରୁନାହୁଁ।

ଅରୁଣ ସାହୁ କହିଥିଲେ, ଏହି ଲଜ୍ଜାଜନକ ଘଟଣା ସେପ୍ଟେମ୍ୱର ୧୪ ତାରିଖରେ ଘଟିଥିଲେ ହେଁ ୧୮ ତାରିଖରେ ଉଚ୍ଚ ନ୍ୟାୟାଳୟ ମେଜରଙ୍କ ବାନ୍ଧବୀଙ୍କୁ ଜାମିନ ପ୍ରଦାନ କରିବା ପରେ ଲୋକଲୋଚନକୁ ଆସିଥିଲା। ୧୭ ତାରିଖରେ ଭୁବନେଶ୍ୱରର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀ ଗଣମାଧ୍ୟମରେ ଭରତପୁର ଥାନା ଘଟଣାରେ ପୋଲିସ ସପକ୍ଷରେ ଯୁକ୍ତି ବାଢିଥିଲେ। ୧୮ ତାରିଖରେ ଘଟଣା ଲୋକଲୋଚକୁ ଆସିବା ପରେ ସରକାର ସେହି ଥାନାର ପାଞ୍ଚ ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ୱିତ କରିଥିଲେ ଯାହାର ଅର୍ଥ ହେଉଛି ଏହି ଘଟଣାରେ ପୋଲିସର ଭୂମିକା ସନ୍ଦେହ ଘେରରେ ଥିଲା। ଏହି ସମ୍ୱେଦନଶୀଳ ଘଟଣାରେ ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକ ବିଚାର ବିଭଗୀୟ ତଦନ୍ତ ଓ ଏସଆଇଟି ଗଠନର ଦୃଢ଼ ଦାବି କରିଥିଲେ। ବିଜୁ ମହିଳା ଜନତା ଦଳ ରାଜଭବନ ସମ୍ମୁଖରେ ଏକ ଗଣଧାରଣା ଦେବା ସହ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହି ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରିବାରେ ସରକାରଙ୍କ ଟାଳଟୁଳ ନୀତି ଯୋଗୁଁ ବିଜୁ ଜନତା ଦଳ ପକ୍ଷରୁ ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରା ଦିଆଯାଇଥିଲା।

ଏହି ଘଟଣାରେ ରାଜ୍ୟ ତଥା ଦେଶର ବିଭିନ୍ନ ବର୍ଗରୁ ତୀବ୍ର ପ୍ରତିକ୍ରିୟା ପାଇଥିବା ବେଳେ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସରକାର ଚାପରେ ବଶବର୍ତ୍ତୀ ହୋଇଥିଲେ ଏବଂ ଶେଷରେ ଚାପ ଆଗରେ ମୁଣ୍ଡ ନୁଆଇଁ ବିଚାର ବିଭାଗୀୟ ତଦନ୍ତର ନିର୍ଦେଶ ଦେଇଛନ୍ତି ବୋଲି ଶ୍ରୀ ସାହୁ କହିଥିଲେ। ସରକାର ଆମ ଦାବି ମାନି ନେଇଥିବାରୁ ଆମେ ହରତାଳ ଡାକରାକୁ ସାମୟିକ ଭାବେ ପ୍ରତ୍ୟାହାର କରୁଛୁ। କିନ୍ତୁ ଆମେ ଘଟଣା ଉପରେ ତୀକ୍ଷ୍‌ଣ ନଜର ରଖିଛୁ ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନରେ ଅବହେଳା ହେଲେ ଆମେ ପୁଣି ସ୍ୱର ଉତ୍ତୋଳନ କରିବୁ ବୋଲି ଶ୍ରୀ ସାହୁ କହିଥିଲେ। ଏହି ସାମ୍ୱାଦିକ ସମ୍ମିଳନୀରେ ବିଧାୟକ  ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଉପସ୍ଥିତ ରହି ନିଜର ମତ ରଖିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର