ସାର୍ବଜନୀନ ପୂଜା ଉତ୍ସବ ପାଇଁ ଭୁବନେଶ୍ୱରରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର : ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ […]

ଭୁବନେଶ୍ୱର : ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ବର୍ବରକାଣ୍ଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୟୁଟ୍ୟୁବରଙ୍କୁ ହତ୍ୟା, ୩ ଗିରଫ

ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଗଣେଶ ପୂଜା, ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଭୁବନେଶ୍ୱର ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

ଆହୁରି ପଢ଼ନ୍ତୁ: ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp