ମନୋରଞ୍ଜନ
ପରଲୋକରେ ମୋହନାର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବ
ଦିଗପହଣ୍ଡି: ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ପରଲୋକ । ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନ ମଣ୍ଡଳୀରୁ ଥରୁଟିଏ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି । ବନ୍ୟପ୍ରାଣୀ ସହିତ ପକ୍ଷୀଙ୍କ ସଂକ୍ରାନ୍ତରେ ଅନେକ ପୁସ୍ତକ ତାଙ୍କର ପ୍ରକାଶିତ ହୋଇଛି । ନିକଟରେ ବିହଙ୍ଗ ସଂହିତା ନାମରେ ଏକ ପୁସ୍ତକ ରାଜ୍ୟପାଳଙ୍କ […]
ଦିଗପହଣ୍ଡି: ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ପରଲୋକ । ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନ ମଣ୍ଡଳୀରୁ ଥରୁଟିଏ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି । ବନ୍ୟପ୍ରାଣୀ ସହିତ ପକ୍ଷୀଙ୍କ ସଂକ୍ରାନ୍ତରେ ଅନେକ ପୁସ୍ତକ ତାଙ୍କର ପ୍ରକାଶିତ ହୋଇଛି । ନିକଟରେ ବିହଙ୍ଗ ସଂହିତା ନାମରେ ଏକ ପୁସ୍ତକ ରାଜ୍ୟପାଳଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା । ତାଙ୍କ ବିୟୋଗରେ ସାନଖେମୁଣ୍ଡି ଅଞ୍ଚଳବାସୀ ଦୁଃଖ ପ୍ରକାଶ କରିଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା ସହ ପରିବାରକୁ ସମବେଦନା ଜଣାଇଛନ୍ତି ।
ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) February 3, 2022
୧୯୭୪ରୁ ମୋହନା ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଉଦୟ ନାରାୟଣ ଦେବ । ୧୯୭୪-୧୯୭୭ ଯାଏ ଉତ୍କଳ କଂଗ୍ରେସ ଟିକେଟ୍ରେ ବିଧାୟକ ଥିଲେ । ୧୯୭୭ରେ ଲୋକ ଦଳରୁ ବିଧାୟକ ନିର୍ବାଚିତ ହୋଇଥିଲେ । ପରେ ୧୯୮୦ରେ ଜନତା ପାର୍ଟି (ସେକ୍ୟୁଲାର) ଟିକେଟ୍ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଉଦୟ ନାରାୟଣ ଦେବ ।