ବିଜେପିକୁ ବଡ଼ ଝଟକା : ଦଳ ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା
କଟକ : ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା ଲାଗିଛି। ବିଜେପି ଛାଡ଼ିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସହ କଟକ ଜିଲ୍ଲା ବିଜେପି ସଭାପତି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିବା ତାଙ୍କ […]
କଟକ : ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା ଲାଗିଛି। ବିଜେପି ଛାଡ଼ିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସହ କଟକ ଜିଲ୍ଲା ବିଜେପି ସଭାପତି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି ।

ପ୍ରକାଶ ଚନ୍ଦ୍ର ବେହେରା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିବା ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି- ମୁଁ ସଦାବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି। ତା’ ସହିତ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି। କିନ୍ତୁ ଏହି କାର୍ଯ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ।
ଉଳ୍ଲେଖଯୋଗ୍ୟ ପ୍ରକାଶ ଚନ୍ଦ୍ର ବେହେରା ୨୦୧୪ରେ ସେ ସାଲେପୁରରୁ କଂଗ୍ରେସ ବିଧାୟକ ହୋଇଥିଲେ । ଏହା ପରେ ୨୦୧୯ ମସିହାରେ ସେ କଂଗ୍ରେସ ଛାଡି ବିଜେପିରେ ଯୋଗଦେଇଥିଲେ । ଏହାପରେ ବିଜେପି ସାଲେପୁର ପାଇଁ ପ୍ରକାଶ ବେହେରାଙ୍କୁ ଟିକେଟ୍ ଦେଇଥିଲା । ହେଲେ ସେ ସାଲେପୁର ଆସନରୁ ପରାସ୍ତ ହୋଇଥିଲେ । ଏହା ପରେ ବିଜେପି ପ୍ରକାଶ ବେହେରାଙ୍କୁ କଟକ ଜିଲ୍ଲା ସଭାପତି କରିଥିଲା।