ଧନୀବ୍ୟକ୍ତି ତାଲିକାରେ ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ

The Sakala Picture
Published On

ନୂଆଦିଲ୍ଲୀ: ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ।  ଆଦାନୀ ଗ୍ରୁପ୍‌ ଅଫ୍‌ କମ୍ପାନୀଜ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ପୁଣି ଥରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠୁ ଧନୀ ବ୍ୟକ୍ତି ପାଲଟିଛନ୍ତି। ଅଦାନୀ ବିଶ୍ୱ ରାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୧୨ରେ ସ୍ଥାନ ପାଇଥିବାବେଳେ ଅମ୍ବାନୀ ୧୩ତମ ସ୍ଥାନରେ ରହିଛନ୍ତି। ମୋଟ୍‌ ଆୟ ବୃଦ୍ଧି ସହିତ ଆଦାନୀ ଗ୍ରୁପ୍ ମୁଖ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମଧ୍ୟ ପାଲଟିଛନ୍ତି। ଗତବର୍ଷ ତୁଳନାରେ […]

ନୂଆଦିଲ୍ଲୀ: ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ।  ଆଦାନୀ ଗ୍ରୁପ୍‌ ଅଫ୍‌ କମ୍ପାନୀଜ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ପୁଣି ଥରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠୁ ଧନୀ ବ୍ୟକ୍ତି ପାଲଟିଛନ୍ତି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଅଦାନୀ ବିଶ୍ୱ ରାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୧୨ରେ ସ୍ଥାନ ପାଇଥିବାବେଳେ ଅମ୍ବାନୀ ୧୩ତମ ସ୍ଥାନରେ ରହିଛନ୍ତି। ମୋଟ୍‌ ଆୟ ବୃଦ୍ଧି ସହିତ ଆଦାନୀ ଗ୍ରୁପ୍ ମୁଖ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମଧ୍ୟ ପାଲଟିଛନ୍ତି। ଗତବର୍ଷ ତୁଳନାରେ ଉଭୟ ଆଦାନୀ ଏବଂ ଅମ୍ବାନୀଙ୍କ ରାଙ୍କିଙ୍ଗ୍‌ରେ ଉନ୍ନତି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୌତମ ଆଦାନୀଙ୍କ ସମ୍ପତ୍ତି ୭.୬ ବିଲିୟନ ଡଲାର ବୃଦ୍ଧି ପାଇ ୯୭.୬ ବିଲିୟନ ଡଲାରରେ ପହଞ୍ଚିଛି। ଅପରପକ୍ଷେ, ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ୯୭ ବିଲିୟନ ଡଲାର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ତାଙ୍କ ଆୟ ୬୬୫ ମିଲିୟନ ଡଲାର ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି: ୬ଟି ଦକ୍ଷିଣ ଜିଲ୍ଲାରେ ରେସକ୍ୟୁ ଟିମ୍ ମୁତୟନ

ଖବର ଅନୁଯାୟୀ, ଜାନୁୟାରୀ ୩, ୨୦୨୪ ରେ ଆଦାନୀ-ହିଣ୍ଡେନବର୍ଗ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଗୌତମ ଆଦାନୀଙ୍କ କମ୍ପାନୀର ଶେୟାର ମୂଲ୍ୟ ଦ୍ରୁତ ଗତିରେ ମଜଭୂତ ହୋଇଛି, ଏହି କାରଣରୁ ତାଙ୍କ ବାର୍ଷିକ ଆୟ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଆନ୍ଧ୍ର ଉପକୂଳ ମୁହାଁ ବାତ୍ୟା ଅର୍ଣ୍ଣବ: ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର