ଧନୀବ୍ୟକ୍ତି ତାଲିକାରେ ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ

ନୂଆଦିଲ୍ଲୀ: ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ।  ଆଦାନୀ ଗ୍ରୁପ୍‌ ଅଫ୍‌ କମ୍ପାନୀଜ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ପୁଣି ଥରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠୁ ଧନୀ ବ୍ୟକ୍ତି ପାଲଟିଛନ୍ତି। ଅଦାନୀ ବିଶ୍ୱ ରାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୧୨ରେ ସ୍ଥାନ ପାଇଥିବାବେଳେ ଅମ୍ବାନୀ ୧୩ତମ ସ୍ଥାନରେ ରହିଛନ୍ତି। ମୋଟ୍‌ ଆୟ ବୃଦ୍ଧି ସହିତ ଆଦାନୀ ଗ୍ରୁପ୍ ମୁଖ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମଧ୍ୟ ପାଲଟିଛନ୍ତି। ଗତବର୍ଷ ତୁଳନାରେ […]

ନୂଆଦିଲ୍ଲୀ: ପୁଣି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଗୌତମ ଆଦାନୀ।  ଆଦାନୀ ଗ୍ରୁପ୍‌ ଅଫ୍‌ କମ୍ପାନୀଜ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ପୁଣି ଥରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠୁ ଧନୀ ବ୍ୟକ୍ତି ପାଲଟିଛନ୍ତି।

ଅଦାନୀ ବିଶ୍ୱ ରାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୧୨ରେ ସ୍ଥାନ ପାଇଥିବାବେଳେ ଅମ୍ବାନୀ ୧୩ତମ ସ୍ଥାନରେ ରହିଛନ୍ତି। ମୋଟ୍‌ ଆୟ ବୃଦ୍ଧି ସହିତ ଆଦାନୀ ଗ୍ରୁପ୍ ମୁଖ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମଧ୍ୟ ପାଲଟିଛନ୍ତି। ଗତବର୍ଷ ତୁଳନାରେ ଉଭୟ ଆଦାନୀ ଏବଂ ଅମ୍ବାନୀଙ୍କ ରାଙ୍କିଙ୍ଗ୍‌ରେ ଉନ୍ନତି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୌତମ ଆଦାନୀଙ୍କ ସମ୍ପତ୍ତି ୭.୬ ବିଲିୟନ ଡଲାର ବୃଦ୍ଧି ପାଇ ୯୭.୬ ବିଲିୟନ ଡଲାରରେ ପହଞ୍ଚିଛି। ଅପରପକ୍ଷେ, ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ୯୭ ବିଲିୟନ ଡଲାର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ତାଙ୍କ ଆୟ ୬୬୫ ମିଲିୟନ ଡଲାର ବୃଦ୍ଧି ପାଇଛି।

ଖବର ଅନୁଯାୟୀ, ଜାନୁୟାରୀ ୩, ୨୦୨୪ ରେ ଆଦାନୀ-ହିଣ୍ଡେନବର୍ଗ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଗୌତମ ଆଦାନୀଙ୍କ କମ୍ପାନୀର ଶେୟାର ମୂଲ୍ୟ ଦ୍ରୁତ ଗତିରେ ମଜଭୂତ ହୋଇଛି, ଏହି କାରଣରୁ ତାଙ୍କ ବାର୍ଷିକ ଆୟ ବୃଦ୍ଧି ପାଇଛି।

About The Author: The Sakala