ଖାଦ୍ୟ ବିଲରେ ମନଇଚ୍ଛା ସର୍ଭିସ ଚାର୍ଜ ନେଇ ପାରିବେ ନାହିଁ ହୋଟେଲ୍-ରେଷ୍ଟୁରାଣ୍ଟ, ନେଲେ ହେବ କାର୍ଯ୍ୟାନୁଷ୍ଠାନ

The Sakala Picture
Published On

ନୂଆଦିଲ୍ଲୀ :  ଏଣିକି ଦେଶରେ କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ୍ତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ୍ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ ବୋଲି କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରାଳୟ କହିଛି। କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ସୋମବାର ଏ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। କୌଣସି ଅନ୍ୟ ଶୁଳ୍କ ନାମରେ ମଧ୍ୟ ସେବା ଶୁଳ୍କ ଆଦାୟ କରାଯାଇପାରିବନାହିଁ ବୋଲି ମାର୍ଗଦର୍ଶିକାରେ ସ୍ପଷ୍ଟ କରାଯାଇଛି। ଏହାଦ୍ବାରା […]

ନୂଆଦିଲ୍ଲୀ :  ଏଣିକି ଦେଶରେ କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ୍ତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ୍ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ ବୋଲି କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରାଳୟ କହିଛି। କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ସୋମବାର ଏ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। କୌଣସି ଅନ୍ୟ ଶୁଳ୍କ ନାମରେ ମଧ୍ୟ ସେବା ଶୁଳ୍କ ଆଦାୟ କରାଯାଇପାରିବନାହିଁ ବୋଲି ମାର୍ଗଦର୍ଶିକାରେ ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଏହାଦ୍ବାରା କୌଣସି ହୋଟେଲ କିମ୍ବା ରେସ୍ତୋରାଁ ଉପଭୋକ୍ତାଙ୍କୁ ସେବା ଶୁଳ୍କ ପଇଠ କରିବା ଲାଗି ବାଧ୍ୟ କରିପାରିବେନାହିଁ। କୌଣସି ହୋଟେଲ କିମ୍ବା ରେସ୍ତୋରାଁ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରୁଥିଲେ ଏ ନେଇ ଉପଭୋକ୍ତା ଜାତୀୟ ହେଲ୍ପଲାଇନ (ଏନସିଏଚ)ରେ ୧୯୧୫କୁ କଲ୍ କିମ୍ବା ଏନସିଏଚ୍ ମୋବାଇଲ ଆପ୍ ମାଧ୍ୟମରେ ଅଭିଯୋଗ ଦାଖଲ କରାଯାଇପାରିବ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଏହାଛଡା ଉପଭୋକ୍ତା ଅନୁଚିତ ବ୍ୟବସାୟ କାର୍ଯ୍ୟ ପଦ୍ଧତି ବିରୋଧରେ ଉପଭୋକ୍ତା ଆୟୋଗରେ ଅଭିଯୋଗ ମଧ୍ୟ ଦାଖଲ କରିପାରିବେ। ତୁରନ୍ତ ଏବଂ ପ୍ରଭାବୀ ଢଙ୍ଗରେ ଅଭିଯୋଗ ସମାଧାନ ଲାଗି ଇ-ଦାଖଲ ପୋର୍ଟାଲ୍ ମାଧ୍ୟମରେ ଇଲେକ୍ଟ୍ରୋନିକ ପଦ୍ଧତିରେ ଅଭିଯୋଗ ଦାଖଲ କରିପାରିବେ। ଏଥିସହିତ ଯାଞ୍ଚ ଏବଂ ସିସିପିଏ ଦ୍ବାରା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଲାଗି ଉପଭୋକ୍ତା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିପାରିବେ। ସିସିପିଏକୁ ଇ-ମେଲ ଜରିଆରେ ରେ ଅଭିଯୋଗ ପଠାଯାଇପାରିବ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ଏହାଛଡା ଉପଭୋକ୍ତା ଅନୁଚିତ ବ୍ୟବସାୟ କାର୍ଯ୍ୟ ପଦ୍ଧତି ବିରୋଧରେ ଉପଭୋକ୍ତା ଆୟୋଗରେ ଅଭିଯୋଗ ମଧ୍ୟ ଦାଖଲ କରିପାରିବେ। ତୁରନ୍ତ ଏବଂ ପ୍ରଭାବୀ ଢଙ୍ଗରେ ଅଭିଯୋଗ ସମାଧାନ ଲାଗି ଇ-ଦାଖଲ ପୋର୍ଟାଲ୍ ମାଧ୍ୟମରେ ଇଲେକ୍ଟ୍ରୋନିକ ପଦ୍ଧତିରେ ଅଭିଯୋଗ ଦାଖଲ କରିପାରିବେ। ଏଥିସହିତ ଯାଞ୍ଚ ଏବଂ ସିସିପିଏ ଦ୍ବାରା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଲାଗି ଉପଭୋକ୍ତା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିପାରିବେ। ସିସିପିଏକୁ ଇ-ମେଲ ଜରିଆରେ ରେ ଅଭିଯୋଗ ପଠାଯାଇପାରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର