ଭୁବନେଶ୍ବର: ବାତ୍ୟା ମୋନ୍ଥାର ପ୍ରକୋପରେ ରାଜ୍ୟରେ ତୁହା କୁ ତୁହା ବର୍ଷା ଲାଗି ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୪ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତିକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅବଶିଷ୍ଟ ୨୧ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେହିପରି, ପବନ ପାଇଁ ୬ ଜିଲ୍ଲାକୁ ରେଡ ଓ ୫ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।