କମିଲା ଦୈନିକ ସଂକ୍ରମଣ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୩୦ ପଜିଟିଭ୍‌

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୧୯୭କୁ ବୃଦ୍ଧି ପାଇଛି । ଏନେଇ […]

ଭୁବନେଶ୍ୱର : ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ଖୋର୍ଦ୍ଧାରୁ ୧୬୫ ଜଣ, ଖୋର୍ଦ୍ଧାରୁ ୬୫ ଜଣ, ସମ୍ବଲପୁରରୁ ୪୪ ଜଣ, ବୌଦ୍ଧରୁ ୩୪ ଜଣ, ବଲାଙ୍ଗୀରରୁ ୨୮ ଜଣ, ମୟୂରଭଞ୍ଜରୁ ୨୧ ଜଣ, ବରଗଡ଼ରୁ ୧୯ ଜଣ, ନୟାଗଡ଼ରୁ ୧୭ ଜଣ,କଟକରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ସୋନପୁରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ଗଜପତି,ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୭ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୫ ଜଣ, ଦେବଗଡ଼, କନ୍ଧମାଳ ଓପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ ୧୬ ଜଣ ଆକ୍ରାନ୍ତ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୮୫୭୩୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୫୭୩୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର