ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ

The Sakala Picture
Published On

ସାରା ଦେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରୁଛି ୭୫ ତମ ସାଧାରଣତନ୍ତ୍ର ଦିବସ। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦିନ। ଭାରତ ସ୍ୱାଧୀନ ହେବା ପରେ ସମ୍ବିଧାନ ସଭା ଗଠନ ହୋଇଥିଲା। ୧୯୪୭ ମସିହା ଡିସେମ୍ବର ୯ତାରିଖରୁ ସମ୍ବିଧାନ ସଭା ନିଜର କାମ ଆରମ୍ଭ କରିଥିଲା। ବିଶ୍ୱର ସବୁଠୁ ବଡ଼ ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ଲାଗିଥିଲା। ଶେଷରେ ୧୯୪୯ ନଭେମ୍ବର ୨୬ତାରିଖ […]

ସାରା ଦେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରୁଛି ୭୫ ତମ ସାଧାରଣତନ୍ତ୍ର ଦିବସ। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦିନ। ଭାରତ ସ୍ୱାଧୀନ ହେବା ପରେ ସମ୍ବିଧାନ ସଭା ଗଠନ ହୋଇଥିଲା। ୧୯୪୭ ମସିହା ଡିସେମ୍ବର ୯ତାରିଖରୁ ସମ୍ବିଧାନ ସଭା ନିଜର କାମ ଆରମ୍ଭ କରିଥିଲା। ବିଶ୍ୱର ସବୁଠୁ ବଡ଼ ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ଲାଗିଥିଲା। ଶେଷରେ ୧୯୪୯ ନଭେମ୍ବର ୨୬ତାରିଖ ଦିନ ଚିଠା ସମ୍ବିଧାନ ପ୍ରଣୟନ ସଭା ଦ୍ବାରା ଗୃହୀତ ହେଲା। ଜାନୁଆରୀ ୨୬କୁ ଆଖି ଆଗରେ ରଖି ସମ୍ବିଧାନ ପ୍ରଣୟନ ସଭାର ଶେଷ ପର୍ବ ୧୯୫୦ ଜାନୁଆରୀ ୨୪ ଓ ୨୫ରେ ଆହୂତ ହୋଇଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

୧୯୫୦ ମସିହା ଜାନୁୟାରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହେବା ସହ ଭାରତ ଏକ ସାର୍ବଭୌମତ୍ବ ଗଣତନ୍ତ୍ର ରାଷ୍ଟ୍ର ରୂପେ ପରିଗଣିତ ହେବା ସହ ଏହି ଦିନ ଲିଖିତ ସାମ୍ବିଧାନିକ ବ୍ୟବସ୍ଥାର କାର୍ଯ୍ୟକାରୀ ହୋଇଥିଲା। ଏହି ଦିନକୁ ସମ୍ମାନ ଜଣାଇ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ। ସାଧାରଣତନ୍ତ୍ର ଦିବସରେ ଦେଶର ସମସ୍ତ ସ୍କୁଲ୍‌, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଏ। ଏହି ରାଷ୍ଟ୍ରୀୟ ପର୍ବ ଦିନ ଦିଲ୍ଲୀରେ ଆୟୋଜିତ ହୁଏ ସ୍ବତନ୍ତ୍ର ପ୍ୟାରେଡ୍‌ । ଏଥିରେ ସ୍ଥଳ,ବାୟୁ ଓ ନୌସେନାର ଯବାନମାନେ ଅଂଶଗ୍ରହଣ କରି ସେମାନଙ୍କ ଅଦମ୍ୟ ସାହସ ପ୍ରଦର୍ଶନ କରିଥାଆନ୍ତି । ରାଷ୍ଟ୍ରପତି ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଞ୍ଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ୍‌ ଅଭିବାଦନ ଗ୍ରହଣ କରନ୍ତି । ବିଭିନ୍ନ ରାଜ୍ୟର କଳା ଓ ସଂସ୍କୃତିର ଝଲକ ଏହି ପ୍ୟାରେଡ୍‌ରେ ପ୍ରଦର୍ଶନ କରାଯାଏ । ୧୯୫୪ ପର୍ଯ୍ୟନ୍ତ ସାଧାରଣତନ୍ତ୍ର ଦିବସ ଲାଲକିଲ୍ଲାରେ ଓ ରାମଲୀଲା ମୈଦାନରେ ଆୟୋଜିତ ହେଉଥିଲା । ୧୯୫୫ ପରଠାରୁ ଏହା ରାଜପଥରେ ଆୟୋଜିତ ହେଉଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

26 Jan 2024 By The Sakala

ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ

ସାରା ଦେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରୁଛି ୭୫ ତମ ସାଧାରଣତନ୍ତ୍ର ଦିବସ। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦିନ। ଭାରତ ସ୍ୱାଧୀନ ହେବା ପରେ ସମ୍ବିଧାନ ସଭା ଗଠନ ହୋଇଥିଲା। ୧୯୪୭ ମସିହା ଡିସେମ୍ବର ୯ତାରିଖରୁ ସମ୍ବିଧାନ ସଭା ନିଜର କାମ ଆରମ୍ଭ କରିଥିଲା। ବିଶ୍ୱର ସବୁଠୁ ବଡ଼ ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ଲାଗିଥିଲା। ଶେଷରେ ୧୯୪୯ ନଭେମ୍ବର ୨୬ତାରିଖ ଦିନ ଚିଠା ସମ୍ବିଧାନ ପ୍ରଣୟନ ସଭା ଦ୍ବାରା ଗୃହୀତ ହେଲା। ଜାନୁଆରୀ ୨୬କୁ ଆଖି ଆଗରେ ରଖି ସମ୍ବିଧାନ ପ୍ରଣୟନ ସଭାର ଶେଷ ପର୍ବ ୧୯୫୦ ଜାନୁଆରୀ ୨୪ ଓ ୨୫ରେ ଆହୂତ ହୋଇଥିଲା।

୧୯୫୦ ମସିହା ଜାନୁୟାରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହେବା ସହ ଭାରତ ଏକ ସାର୍ବଭୌମତ୍ବ ଗଣତନ୍ତ୍ର ରାଷ୍ଟ୍ର ରୂପେ ପରିଗଣିତ ହେବା ସହ ଏହି ଦିନ ଲିଖିତ ସାମ୍ବିଧାନିକ ବ୍ୟବସ୍ଥାର କାର୍ଯ୍ୟକାରୀ ହୋଇଥିଲା। ଏହି ଦିନକୁ ସମ୍ମାନ ଜଣାଇ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ। ସାଧାରଣତନ୍ତ୍ର ଦିବସରେ ଦେଶର ସମସ୍ତ ସ୍କୁଲ୍‌, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଏ। ଏହି ରାଷ୍ଟ୍ରୀୟ ପର୍ବ ଦିନ ଦିଲ୍ଲୀରେ ଆୟୋଜିତ ହୁଏ ସ୍ବତନ୍ତ୍ର ପ୍ୟାରେଡ୍‌ । ଏଥିରେ ସ୍ଥଳ,ବାୟୁ ଓ ନୌସେନାର ଯବାନମାନେ ଅଂଶଗ୍ରହଣ କରି ସେମାନଙ୍କ ଅଦମ୍ୟ ସାହସ ପ୍ରଦର୍ଶନ କରିଥାଆନ୍ତି । ରାଷ୍ଟ୍ରପତି ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଞ୍ଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ୍‌ ଅଭିବାଦନ ଗ୍ରହଣ କରନ୍ତି । ବିଭିନ୍ନ ରାଜ୍ୟର କଳା ଓ ସଂସ୍କୃତିର ଝଲକ ଏହି ପ୍ୟାରେଡ୍‌ରେ ପ୍ରଦର୍ଶନ କରାଯାଏ । ୧୯୫୪ ପର୍ଯ୍ୟନ୍ତ ସାଧାରଣତନ୍ତ୍ର ଦିବସ ଲାଲକିଲ୍ଲାରେ ଓ ରାମଲୀଲା ମୈଦାନରେ ଆୟୋଜିତ ହେଉଥିଲା । ୧୯୫୫ ପରଠାରୁ ଏହା ରାଜପଥରେ ଆୟୋଜିତ ହେଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର