ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ; ଖୋଲା ଆକାଶର ଜାଗ୍ରତ ପ୍ରହରୀ ଆମ ବାୟୁସେନା

The Sakala Picture
Published On

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ। ଏୟାଫୋର୍ସକୁ ପୂରିବ ୯୦ ବର୍ଷ । ଆକାଶ ମାର୍ଗକୁ ସୁରକ୍ଷା ଦେବା, ମାନବିକ ସହାୟତା ତଥା ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ବାୟୁସେନାର ବଳିଷ୍ଠ ଯୋଗଦାନ ରହିଛି। ବାୟୁସେନା ଭାରତୀୟ ସଶସ୍ତ୍ର ବାହିନୀର ଏକ ଅଭିନ୍ନ ଅଙ୍ଗ। ୮ ଅକ୍ଟୋବର ୧୯୩୨ରେ ପ୍ରତିଷ୍ଠା ହୋଇଥିଲା ବାୟୁସେନା, ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ଦିନକୁ ପ୍ରତିବର୍ଷ ବାୟୁସେନା ଦିବସ ଭାବେ ପାଳନ କରାଯାଏ। ଏହି ଦିବସ ଅବସରରେ ଭାରତୀୟ ବାୟୁସେନା ପକ୍ଷରୁ […]

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ। ଏୟାଫୋର୍ସକୁ ପୂରିବ ୯୦ ବର୍ଷ । ଆକାଶ ମାର୍ଗକୁ ସୁରକ୍ଷା ଦେବା, ମାନବିକ ସହାୟତା ତଥା ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ବାୟୁସେନାର ବଳିଷ୍ଠ ଯୋଗଦାନ ରହିଛି। ବାୟୁସେନା ଭାରତୀୟ ସଶସ୍ତ୍ର ବାହିନୀର ଏକ ଅଭିନ୍ନ ଅଙ୍ଗ। ୮ ଅକ୍ଟୋବର ୧୯୩୨ରେ ପ୍ରତିଷ୍ଠା ହୋଇଥିଲା ବାୟୁସେନା, ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ଦିନକୁ ପ୍ରତିବର୍ଷ ବାୟୁସେନା ଦିବସ ଭାବେ ପାଳନ କରାଯାଏ। ଏହି ଦିବସ ଅବସରରେ ଭାରତୀୟ ବାୟୁସେନା ପକ୍ଷରୁ ପ୍ୟାରେଡ୍‌ ଓ ଭବ୍ୟ ଏୟାର ଶୋ’ର ଆୟୋଜନ କରାଯାଇଥାଏ। ଚଣ୍ଡିଗଡ଼ଠାରେ ଆଜି ବାୟୁସେନା ଦିବସ ପାଳିତ ହେବ। ଏହି ଅବସରରେ ବାୟୁସେନା ପକ୍ଷରୁ ଯୁଦ୍ଧ ବିମାନରେ ବିଭିନ୍ନ କୌଶଳ ପ୍ରଦର୍ଶନ କରାଯିବ ।

ଆହୁରି ପଢ଼ନ୍ତୁ: 'ମୁଁ ଭଲ ବାପା ନୁହେଁ, ସେଥିପାଇଁ ବୋହୂ ତଡ଼ିଦେଲା'; ଜାପୁ ଆରବ ପେଟ୍ ଭ୍ଲଗର ନୂଆ ଭିଡିଓ ଭାଇରାଲ

ପ୍ରଥମେ ଦିଲ୍ଲୀର ପାଲାମ ବିମାନବନ୍ଦରରେ ବାୟୁସେନା ଦିବସ ପାଳନର ମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା । ମାତ୍ର ୨୦୦୬ ପରଠାରୁ ଉତ୍ତରପ୍ରଦେଶ ଗାଜିଆବାଦସ୍ଥିତ ହିଣ୍ଡନ ଏୟାରବେସ୍‌ରେ ଏହା ପାଳନ କରାଯାଉଛି। ବ୍ରିଟିଶ୍‌ ସାମ୍ରାଜ୍ୟର ବାୟୁସେନାର ଏକକ ଭାବରେ ଭାରତୀୟ ବାୟୁସେନା ପ୍ରତିଷ୍ଠା କରାଯାଇଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ‘ରୟାଲ୍’ ଶବ୍ଦକୁ ଭାରତୀୟ ବାୟୁସେନା ନାମରେ ଯୋଡ଼ା ଯାଇଥିଲା । କିନ୍ତୁ ସ୍ୱାଧୀନତାର ତିନି ବର୍ଷ ପରେ ୧୯୫୦ ମସିହାରେ ଏହାକୁ ହଟାଇ ଦିଆଯାଇଥିଲା। ସେବେଠାରୁ ଏହା ଭାରତୀୟ ବାୟୁସେନା ନାମରେ ନାମିତ ହୋଇଛି ।

ଆହୁରି ପଢ଼ନ୍ତୁ: ଦୃଷ୍ଟିହୀନତା ହାରିଲା, ମା’ଙ୍କ ତପସ୍ୟା ଜିତିଲା: ୟୁପିଏସସିରେ ୨୦ ତମ ର଼୍ୟାଙ୍କ ହାସଲ କଲେ ନୱାଦାର ରବି ରାଜ

ଦେଶରେ ସ୍ୱାଧୀନତା ପରଠାରୁ ଭାରତୀୟ ବାୟୁସେନା ୪ଟି ଯୁଦ୍ଧରେ ସାମିଲ ହୋଇସାରିଛି । ସେଥିମଧ୍ୟରୁ ତିନୋଟି ପାକିସ୍ତାନ ଏବଂ ଗୋଟିଏ ଚୀନ୍ ବିରୋଧରେ ରହିଛି । ଏହା ବ୍ୟତୀତ ଜାତିସଂଘର ଶାନ୍ତିରକ୍ଷା କାର୍ଯ୍ୟରେ ଭାରତୀୟ ବାୟୁସେନା ମଧ୍ୟ ସହଯୋଗ କରିଛି । ଭାରତୀୟ ସୀମାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ବାୟୁସେନାର ଉଦ୍ୟମ ପ୍ରଶଂସନୀୟ। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବାୟୁସେନା ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥାଏ। ଆମେରିକା, ଚୀନ୍‌ ଓ ରୁଷିଆ ପରେ ବିଶ୍ବର ଚତୁର୍ଥ ସର୍ବବୃହତ୍ ବାୟୁଶକ୍ତି ହେଉଛି ଭାରତୀୟ ବାୟୁସେନା ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

08 Oct 2022 By The Sakala

ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ; ଖୋଲା ଆକାଶର ଜାଗ୍ରତ ପ୍ରହରୀ ଆମ ବାୟୁସେନା

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ। ଏୟାଫୋର୍ସକୁ ପୂରିବ ୯୦ ବର୍ଷ । ଆକାଶ ମାର୍ଗକୁ ସୁରକ୍ଷା ଦେବା, ମାନବିକ ସହାୟତା ତଥା ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ବାୟୁସେନାର ବଳିଷ୍ଠ ଯୋଗଦାନ ରହିଛି। ବାୟୁସେନା ଭାରତୀୟ ସଶସ୍ତ୍ର ବାହିନୀର ଏକ ଅଭିନ୍ନ ଅଙ୍ଗ। ୮ ଅକ୍ଟୋବର ୧୯୩୨ରେ ପ୍ରତିଷ୍ଠା ହୋଇଥିଲା ବାୟୁସେନା, ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ଦିନକୁ ପ୍ରତିବର୍ଷ ବାୟୁସେନା ଦିବସ ଭାବେ ପାଳନ କରାଯାଏ। ଏହି ଦିବସ ଅବସରରେ ଭାରତୀୟ ବାୟୁସେନା ପକ୍ଷରୁ ପ୍ୟାରେଡ୍‌ ଓ ଭବ୍ୟ ଏୟାର ଶୋ’ର ଆୟୋଜନ କରାଯାଇଥାଏ। ଚଣ୍ଡିଗଡ଼ଠାରେ ଆଜି ବାୟୁସେନା ଦିବସ ପାଳିତ ହେବ। ଏହି ଅବସରରେ ବାୟୁସେନା ପକ୍ଷରୁ ଯୁଦ୍ଧ ବିମାନରେ ବିଭିନ୍ନ କୌଶଳ ପ୍ରଦର୍ଶନ କରାଯିବ ।

ପ୍ରଥମେ ଦିଲ୍ଲୀର ପାଲାମ ବିମାନବନ୍ଦରରେ ବାୟୁସେନା ଦିବସ ପାଳନର ମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା । ମାତ୍ର ୨୦୦୬ ପରଠାରୁ ଉତ୍ତରପ୍ରଦେଶ ଗାଜିଆବାଦସ୍ଥିତ ହିଣ୍ଡନ ଏୟାରବେସ୍‌ରେ ଏହା ପାଳନ କରାଯାଉଛି। ବ୍ରିଟିଶ୍‌ ସାମ୍ରାଜ୍ୟର ବାୟୁସେନାର ଏକକ ଭାବରେ ଭାରତୀୟ ବାୟୁସେନା ପ୍ରତିଷ୍ଠା କରାଯାଇଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ‘ରୟାଲ୍’ ଶବ୍ଦକୁ ଭାରତୀୟ ବାୟୁସେନା ନାମରେ ଯୋଡ଼ା ଯାଇଥିଲା । କିନ୍ତୁ ସ୍ୱାଧୀନତାର ତିନି ବର୍ଷ ପରେ ୧୯୫୦ ମସିହାରେ ଏହାକୁ ହଟାଇ ଦିଆଯାଇଥିଲା। ସେବେଠାରୁ ଏହା ଭାରତୀୟ ବାୟୁସେନା ନାମରେ ନାମିତ ହୋଇଛି ।

ଦେଶରେ ସ୍ୱାଧୀନତା ପରଠାରୁ ଭାରତୀୟ ବାୟୁସେନା ୪ଟି ଯୁଦ୍ଧରେ ସାମିଲ ହୋଇସାରିଛି । ସେଥିମଧ୍ୟରୁ ତିନୋଟି ପାକିସ୍ତାନ ଏବଂ ଗୋଟିଏ ଚୀନ୍ ବିରୋଧରେ ରହିଛି । ଏହା ବ୍ୟତୀତ ଜାତିସଂଘର ଶାନ୍ତିରକ୍ଷା କାର୍ଯ୍ୟରେ ଭାରତୀୟ ବାୟୁସେନା ମଧ୍ୟ ସହଯୋଗ କରିଛି । ଭାରତୀୟ ସୀମାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ବାୟୁସେନାର ଉଦ୍ୟମ ପ୍ରଶଂସନୀୟ। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବାୟୁସେନା ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥାଏ। ଆମେରିକା, ଚୀନ୍‌ ଓ ରୁଷିଆ ପରେ ବିଶ୍ବର ଚତୁର୍ଥ ସର୍ବବୃହତ୍ ବାୟୁଶକ୍ତି ହେଉଛି ଭାରତୀୟ ବାୟୁସେନା ।

https://www.thesakala.in/big-news/indian-air-force-day-today/article-15542
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର