ଏନ୍‌ସିବିର ଚାଞ୍ଚଲ୍ୟକର ଖୁଲାସା : ସୁଶାନ୍ତଙ୍କୁ ଡ୍ରଗ୍ସ ଓ ଗଞ୍ଜେଇ ଖାଇବା ଅଭ୍ୟାସ କରାଇଥିଲେ ରିୟା

The Sakala Picture
Published On

ମୁମ୍ବାଇ : ପୁଣି ଥରେ ଅଡୁଆରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏକ ବଡ଼ ଖୁଲାସା କରିଛି। ଏନସିବି ଦାବି କରିଛି ଯେ ରିୟା ଚକ୍ରବର୍ତ୍ତୀ ତାଙ୍କ ଭାଇ ଶୋଭିକ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କଠାରୁ ଅନେକ ଥର ଗଞ୍ଜେଇ ନେଇଥିଲେ। ଏହା ବ୍ୟତୀତ ଏନସିବି ଆହୁରି ଅଭିଯୋଗ କରିଛି କି ରିୟା ଚକ୍ରବର୍ତ୍ତୀ ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ […]

ମୁମ୍ବାଇ : ପୁଣି ଥରେ ଅଡୁଆରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏକ ବଡ଼ ଖୁଲାସା କରିଛି। ଏନସିବି ଦାବି କରିଛି ଯେ ରିୟା ଚକ୍ରବର୍ତ୍ତୀ ତାଙ୍କ ଭାଇ ଶୋଭିକ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କଠାରୁ ଅନେକ ଥର ଗଞ୍ଜେଇ ନେଇଥିଲେ। ଏହା ବ୍ୟତୀତ ଏନସିବି ଆହୁରି ଅଭିଯୋଗ କରିଛି କି ରିୟା ଚକ୍ରବର୍ତ୍ତୀ ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ମଧ୍ୟ ଆଣି ଗଞ୍ଜେଇ ଦେଉଥିଲେ। ଏନେଇ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ସମେତ ସୁଶାନ୍ତ ରାଜପୁତ ‘ଡ୍ରଗ୍‌ ମାମଲା’ରେ ସମ୍ପୃକ୍ତ ଥିବା ସମସ୍ତ ୩୫ଜଣ ଅଭିଯୁକ୍ତଙ୍କ ନାଁରେ ‘ଏନ୍‌ସିବି’ ମଙ୍ଗଳବାର ଦିନ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ଦାଏର କରିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ସୁଶାନ୍ତ ସିଂହ ରାଜପୁତଙ୍କ ସେ ସମୟର ବାନ୍ଧବୀ ୧୦ ନମ୍ବର ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କ ନାମରେ ହୋଇଥିବା ଅଭିଯୋଗରେ ଉଲ୍ଲେଖ ଅଛି ଯେ, ରିୟା ସାମୁଏଲ୍‌ ମିରାଣ୍ଡା, ସୌଭିକ ଚକ୍ରବର୍ତ୍ତୀ, ଦୀପେଶ ସାୱନ୍ତ ଏବଂ ଅନ୍ୟମାନଙ୍କଠରୁ ଅନେକ ଥର ଗଞ୍ଜେଇ ଗ୍ରହଣ ତାହାକୁ ସୁଶାନ୍ତ ସିଂହ ରାଜପୁତଙ୍କୁ ଯୋଗାଇଦେଇବା ସହ ୨୦୨୦ ମାର୍ଚରୁ ୨୦୨୦ ସେପ୍ଟେମ୍ବର ମଧ୍ୟରେ ଦେୟ ମଧ୍ୟ ପୈଠ କରିଥିଲେ।ରିଆ ଡ୍ରଗ୍ସ କାରବାର କରୁଥିବା ନେଇ ଏନ୍‌ସିବି ତା’ ଚାର୍ଜସିଟ୍‌ରେ ଉଲ୍ଲେଖ କରିଛି। କେବଳ ସେତିକି ନୁହେଁ ରିଆ ସୁଶାନ୍ତଙ୍କୁ ଡ୍ରାଗ୍ସ ଖାଇବା ଅଭ୍ୟାସ କରାଥିବା ଏନ୍‌ସିବି ଚାର୍ଜସିଟ୍‌ରେ କହିଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ଏନସିବିର ରିପୋର୍ଟ ଅନୁଯାୟୀ, ସମସ୍ତ ଅଭିଯୁକ୍ତ ମାର୍ଚ୍ଚ ୨୦୨୦ ରୁ ଡିସେମ୍ବର ୨୦୨୦ ମଧ୍ୟରେ ବଲିଉଡ ତଥା ଅନ୍ୟାନ୍ୟ ଉଚ୍ଚ ସମାଜରେ ନିଶା କାରବାର ତଥା ବିକ୍ରି ପାଇଁ ଷଡଯନ୍ତ୍ର କରିଥିଲେ। ଏହା ସହ ସମସ୍ତ ଅଭିଯୁକ୍ତ ମୁମ୍ବାଇରେ ଡ୍ରଗ୍‌ସର ଚୋରା ବେପାରକୁ ପ୍ରୋତ୍ସାହିତ କରିବା ପାଇଁ ଟଙ୍କା କାରବାର କରୁଥିଲେ।ସୁଶାନ୍ତ ସିଂହ ରାଜପୁତଙ୍କ ଗାର୍ଲଫ୍ରେଣ୍ଡ ତଥା ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ହୋଇଥିବା ଅଭିଯୋଗରେ ଉଲ୍ଲେଖ ଅଛି ଯେ, ସେ ସୁଶାନ୍ତ ସିଂହ ରାଜପୁତଙ୍କ ପାଇଁ ଡ୍ରଗ୍ସ କିଣିଥିଲେ। ରିୟା ସାମୁଏଲ୍‌ ମିରାଣ୍ଡା, ସୌଭିକ ଚକ୍ରବର୍ତ୍ତୀ, ଦୀପେଶ ସାୱନ୍ତ ଏବଂ ଅନ୍ୟମାନଙ୍କଠରୁ ଅନେକ ଥର ଗଞ୍ଜେଇ ଆଣିଛନ୍ତି। ଏହି ଗଞ୍ଜେଇକୁ ଆଣି ସେ ସୁଶାନ୍ତ ସିଂହ ରାଜପୁତଙ୍କୁ ଯୋଗାଇଛନ୍ତ। ରିୟାଙ୍କ ଭାଇ ସୌଭିକ ମଧ୍ୟ ଡ୍ରଗ୍ସ ପେଡଲର୍ସଙ୍କ ସହ ଲଗାତାର ସମ୍ପର୍କରେ ଥିଲେ। ସେ ଏମାନଙ୍କ ଠାରୁ ଗଞ୍ଜେଇ ଚରସ ମଗାଉଥିଲେ। ଏହି ଗଞ୍ଜେଇ ଆଣି ସୁଶାନ୍ତଙ୍କୁ ଦେଉଥିଲେ ବୋଲି ଏନ୍‌ସିବି ତା’ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ଗତ ୨୦୨୦ ଜୁନ ୧୪ରେ ନିଜର ବାସଭବନରେ ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଏହାର ତଦନ୍ତ ଜାରି ରହିଥିଲା । ତଦନ୍ତ ପ୍ରକ୍ରିୟାରେ ଏନସିବି ୩୫ ଅଭିଯୁକ୍ତଙ୍କ ବିରୋଧରେ ୩୮ଟି ଅଭିଯୋଗ ଆଣିଥିଲା ରିୟାଙ୍କ ବିରୋଧରେ ଏନଡିପିଏସ ଆକ୍ଟର ଧାରା ୮ସି, ୨୦ବି, ୨୭ଏ, ୨୮, ୨୯ ଓ ୩୦ ରୁଜୁ ହୋଇଛି । ଏହି ସବୁ ଆଇନ ଅନୁସାରେ ନିଶାଦ୍ରବ୍ୟ ହାସଲ କରିବା, ପ୍ରସ୍ତୁତ କରିବା, ବିକ୍ରି କରିବା, ପରିବହନ କରିବା, ସଞ୍ଚିତ ରଖିବା, ରପ୍ତାନି କରିବା ଆଦି ବେଆଇନ । ଚାର୍ଜସିଟରେ ଦର୍ଶାଯାଇଛି ମାର୍ଚ୍ଚ ୨୦୨୦ରୁ ଡିସେମ୍ବର ୨୦୨୦ ମଧ୍ୟରେ ଏହି ସମସ୍ତ ୩୫ ଅଭିଯୁକ୍ତ ଅପରାଧ ଷଡ଼ଯନ୍ତ୍ର କରିଥିଲେ ଏବଂ ବେଆଇନ ସାମଗ୍ରୀ ହାସଲ କରିବା, ବିକ୍ରି କରିବା, ବଣ୍ଟନ କରିବା ଆଦି କାର୍ଯ୍ୟରେ ଲିପ୍ତ ରହିଥିଲେ ।

13 Jul 2022 By The Sakala

ଏନ୍‌ସିବିର ଚାଞ୍ଚଲ୍ୟକର ଖୁଲାସା : ସୁଶାନ୍ତଙ୍କୁ ଡ୍ରଗ୍ସ ଓ ଗଞ୍ଜେଇ ଖାଇବା ଅଭ୍ୟାସ କରାଇଥିଲେ ରିୟା

ମୁମ୍ବାଇ : ପୁଣି ଥରେ ଅଡୁଆରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏକ ବଡ଼ ଖୁଲାସା କରିଛି। ଏନସିବି ଦାବି କରିଛି ଯେ ରିୟା ଚକ୍ରବର୍ତ୍ତୀ ତାଙ୍କ ଭାଇ ଶୋଭିକ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କଠାରୁ ଅନେକ ଥର ଗଞ୍ଜେଇ ନେଇଥିଲେ। ଏହା ବ୍ୟତୀତ ଏନସିବି ଆହୁରି ଅଭିଯୋଗ କରିଛି କି ରିୟା ଚକ୍ରବର୍ତ୍ତୀ ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ମଧ୍ୟ ଆଣି ଗଞ୍ଜେଇ ଦେଉଥିଲେ। ଏନେଇ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ସମେତ ସୁଶାନ୍ତ ରାଜପୁତ ‘ଡ୍ରଗ୍‌ ମାମଲା’ରେ ସମ୍ପୃକ୍ତ ଥିବା ସମସ୍ତ ୩୫ଜଣ ଅଭିଯୁକ୍ତଙ୍କ ନାଁରେ ‘ଏନ୍‌ସିବି’ ମଙ୍ଗଳବାର ଦିନ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ଦାଏର କରିଛି।

ସୁଶାନ୍ତ ସିଂହ ରାଜପୁତଙ୍କ ସେ ସମୟର ବାନ୍ଧବୀ ୧୦ ନମ୍ବର ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କ ନାମରେ ହୋଇଥିବା ଅଭିଯୋଗରେ ଉଲ୍ଲେଖ ଅଛି ଯେ, ରିୟା ସାମୁଏଲ୍‌ ମିରାଣ୍ଡା, ସୌଭିକ ଚକ୍ରବର୍ତ୍ତୀ, ଦୀପେଶ ସାୱନ୍ତ ଏବଂ ଅନ୍ୟମାନଙ୍କଠରୁ ଅନେକ ଥର ଗଞ୍ଜେଇ ଗ୍ରହଣ ତାହାକୁ ସୁଶାନ୍ତ ସିଂହ ରାଜପୁତଙ୍କୁ ଯୋଗାଇଦେଇବା ସହ ୨୦୨୦ ମାର୍ଚରୁ ୨୦୨୦ ସେପ୍ଟେମ୍ବର ମଧ୍ୟରେ ଦେୟ ମଧ୍ୟ ପୈଠ କରିଥିଲେ।ରିଆ ଡ୍ରଗ୍ସ କାରବାର କରୁଥିବା ନେଇ ଏନ୍‌ସିବି ତା’ ଚାର୍ଜସିଟ୍‌ରେ ଉଲ୍ଲେଖ କରିଛି। କେବଳ ସେତିକି ନୁହେଁ ରିଆ ସୁଶାନ୍ତଙ୍କୁ ଡ୍ରାଗ୍ସ ଖାଇବା ଅଭ୍ୟାସ କରାଥିବା ଏନ୍‌ସିବି ଚାର୍ଜସିଟ୍‌ରେ କହିଛି।

ଏନସିବିର ରିପୋର୍ଟ ଅନୁଯାୟୀ, ସମସ୍ତ ଅଭିଯୁକ୍ତ ମାର୍ଚ୍ଚ ୨୦୨୦ ରୁ ଡିସେମ୍ବର ୨୦୨୦ ମଧ୍ୟରେ ବଲିଉଡ ତଥା ଅନ୍ୟାନ୍ୟ ଉଚ୍ଚ ସମାଜରେ ନିଶା କାରବାର ତଥା ବିକ୍ରି ପାଇଁ ଷଡଯନ୍ତ୍ର କରିଥିଲେ। ଏହା ସହ ସମସ୍ତ ଅଭିଯୁକ୍ତ ମୁମ୍ବାଇରେ ଡ୍ରଗ୍‌ସର ଚୋରା ବେପାରକୁ ପ୍ରୋତ୍ସାହିତ କରିବା ପାଇଁ ଟଙ୍କା କାରବାର କରୁଥିଲେ।ସୁଶାନ୍ତ ସିଂହ ରାଜପୁତଙ୍କ ଗାର୍ଲଫ୍ରେଣ୍ଡ ତଥା ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ହୋଇଥିବା ଅଭିଯୋଗରେ ଉଲ୍ଲେଖ ଅଛି ଯେ, ସେ ସୁଶାନ୍ତ ସିଂହ ରାଜପୁତଙ୍କ ପାଇଁ ଡ୍ରଗ୍ସ କିଣିଥିଲେ। ରିୟା ସାମୁଏଲ୍‌ ମିରାଣ୍ଡା, ସୌଭିକ ଚକ୍ରବର୍ତ୍ତୀ, ଦୀପେଶ ସାୱନ୍ତ ଏବଂ ଅନ୍ୟମାନଙ୍କଠରୁ ଅନେକ ଥର ଗଞ୍ଜେଇ ଆଣିଛନ୍ତି। ଏହି ଗଞ୍ଜେଇକୁ ଆଣି ସେ ସୁଶାନ୍ତ ସିଂହ ରାଜପୁତଙ୍କୁ ଯୋଗାଇଛନ୍ତ। ରିୟାଙ୍କ ଭାଇ ସୌଭିକ ମଧ୍ୟ ଡ୍ରଗ୍ସ ପେଡଲର୍ସଙ୍କ ସହ ଲଗାତାର ସମ୍ପର୍କରେ ଥିଲେ। ସେ ଏମାନଙ୍କ ଠାରୁ ଗଞ୍ଜେଇ ଚରସ ମଗାଉଥିଲେ। ଏହି ଗଞ୍ଜେଇ ଆଣି ସୁଶାନ୍ତଙ୍କୁ ଦେଉଥିଲେ ବୋଲି ଏନ୍‌ସିବି ତା’ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛି।

ଗତ ୨୦୨୦ ଜୁନ ୧୪ରେ ନିଜର ବାସଭବନରେ ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଏହାର ତଦନ୍ତ ଜାରି ରହିଥିଲା । ତଦନ୍ତ ପ୍ରକ୍ରିୟାରେ ଏନସିବି ୩୫ ଅଭିଯୁକ୍ତଙ୍କ ବିରୋଧରେ ୩୮ଟି ଅଭିଯୋଗ ଆଣିଥିଲା ରିୟାଙ୍କ ବିରୋଧରେ ଏନଡିପିଏସ ଆକ୍ଟର ଧାରା ୮ସି, ୨୦ବି, ୨୭ଏ, ୨୮, ୨୯ ଓ ୩୦ ରୁଜୁ ହୋଇଛି । ଏହି ସବୁ ଆଇନ ଅନୁସାରେ ନିଶାଦ୍ରବ୍ୟ ହାସଲ କରିବା, ପ୍ରସ୍ତୁତ କରିବା, ବିକ୍ରି କରିବା, ପରିବହନ କରିବା, ସଞ୍ଚିତ ରଖିବା, ରପ୍ତାନି କରିବା ଆଦି ବେଆଇନ । ଚାର୍ଜସିଟରେ ଦର୍ଶାଯାଇଛି ମାର୍ଚ୍ଚ ୨୦୨୦ରୁ ଡିସେମ୍ବର ୨୦୨୦ ମଧ୍ୟରେ ଏହି ସମସ୍ତ ୩୫ ଅଭିଯୁକ୍ତ ଅପରାଧ ଷଡ଼ଯନ୍ତ୍ର କରିଥିଲେ ଏବଂ ବେଆଇନ ସାମଗ୍ରୀ ହାସଲ କରିବା, ବିକ୍ରି କରିବା, ବଣ୍ଟନ କରିବା ଆଦି କାର୍ଯ୍ୟରେ ଲିପ୍ତ ରହିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର