ଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ମନ୍ତ୍ରୀ ବିଭୂତି ଜେନା

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ॥ ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ […]

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ॥

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି।କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର