ଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ମନ୍ତ୍ରୀ ବିଭୂତି ଜେନା

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ॥ ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ […]

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ॥

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି।କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର